ନଭେମ୍ବର ୧୦ରେ ଓଡିଶା ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦ ମୁର୍ମୁ । ଦାୟିତ୍ୱ ଗ୍ରହଣ କରିବା ପରେ ପ୍ରଥମ ଥର ପାଇଁ ଦୁଇ ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି । ଆସନ୍ତା ୧୦ ତାରିଖରେ ଭୁବନେଶ୍ୱରରେ ପହଁଞ୍ଚିବେ । ରାଜଭବନରେ ରହିବା ସହ ପୁରୀ ଯାଇ ଶ୍ରୀ ଜଗନ୍ନାଥଙ୍କୁ ଦର୍ଶନ କରିବେ । ୧୧ ତାରିଖରେ ଦିଲ୍ଲୀ ଫେରିଯିବେ । ରାଷ୍ଟ୍ରପତିଙ୍କ ଗସ୍ତ ସମ୍ପର୍କରେ ରାଷ୍ଟ୍ରପତି ଭବନ ସଚିବାଳୟ ପକ୍ଷରୁ ସୂଚନା ଦିଆଯାଇଛି । ଜୁଲାଇ ୨୫ ତାରିଖରେ ରାଷ୍ଟ୍ରପତି ଭାବେ ଦାୟିତ୍ୱ ଗ୍ରହଣ କରିଥିଲେ ମୁର୍ମୁ ।

LEAVE A REPLY

Please enter your comment!
Please enter your name here