ବିଧାନସଭା ମୌସୁମୀ ଅଧିବେଶନ ଆରମ୍ଭ । କରୋନା କଟକଣା ମଧ୍ୟରେ ଆରମ୍ଭ ହୋଇଛି ଅଧିବେଶନ । ନବୀନ ନିବାସରୁ ଭିଡିଓ କନଫରେନ୍ସିଂରେ ଯୋଗ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେହିପରି କୋଭିଡ ଆକ୍ରାନ୍ତ ୬ ବିଧାୟକ ଲୋକସେବା ଭବନରୁ ଭିଡିଓ କନଫରେନ୍ସିଂ ଜରିଆରେ ବିଧାନସଭା ଅଧିବେସନରେ ଯୋଗଦେଇଛନ୍ତି । ଭିଡିଓ କନଫରେନ୍ସିଂ ଜରିଆରେ ଶୋକ ପ୍ରସ୍ତାବ ଆଗତ କଲେ ମୁଖ୍ୟମନ୍ତ୍ରୀ । ଦିବଙ୍ଗତ ନେତା , କୋଭିଡ ଯୋଦ୍ଧା , ସହିଦଙ୍କ ପାଇଁ ଶୋକ ପ୍ରସ୍ତାବ ଆଗତ କରିବା ପରେ ସବୁ ଦଳର ନେତାମାନେ ଶୋକ ପ୍ରକାଶ କରିଥିଲେ । କରୋନା ପାଇଁ ବିଧାନସଭା ପରିସରରେ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି ।

LEAVE A REPLY

Please enter your comment!
Please enter your name here