ଚବିଶ ଘଣ୍ଟା ପରେ ରାଜ୍ୟ ତାପମାତ୍ରା ହ୍ରାସ ପାଇବ । ପାଣିପାଗ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ଆସନ୍ତାକାଲିଠୁ ତାତି କମିବ ଏବଂ ପାଞ୍ଚଦିନ ଯାଏଁ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ହେବାର ସମ୍ଭାବନା ରହିଛି । ଉପକୂଳ ଓ ଦକ୍ଷିଣ ଓଡିଶାରେ ସ୍ବଳ୍ପରୁ ମଧ୍ୟମ ଧରଣ ବର୍ଷା ହେବାର ସମ୍ଭାବନା ରହିଛି । ଆଜି ରାଜ୍ୟର ଆଭ୍ୟନ୍ତରୀଣ ଅଞ୍ଚଳରେ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଏହା ହେଲେ ଗତ କିଛି ଦିନ ଧରି ଲାଗି ରହିଥିବା ପ୍ରଚଣ୍ଡ ଗ୍ରୀଷ୍ମ ଲହରୀରୁ ରାଜ୍ୟବାସୀଙ୍କୁ ଆଶ୍ବସ୍ତି ମିଳିବ ।

LEAVE A REPLY

Please enter your comment!
Please enter your name here