ରାଜସ୍ଥାନରେ ଭାରତୀୟ ବାୟୁସେନାର ଯୁଦ୍ଧ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ରତନଗଡ଼ରେ ବିମାନ ଦୁର୍ଘଟଣା ଘଟିଥିବା ସୂଚନା ମିଳିଛି। ଏହି ଦୁର୍ଘଟଣାରେ ପାଇଲଟଙ୍କ ମୃତ୍ୟୁ ହୋଇଥିବାବେଳେ କୋପାଇଲଟଙ୍କର ମଧ୍ୟ ମୃତ୍ୟୁ ହୋଇଛି।
ବିମାନ ଭଗ୍ନାବଶେଷରୁ ପାଇଲଟଙ୍କ ମୃତଦେହ ଉଦ୍ଧାର ହୋଇଥିଲା । ବାୟୁସେନାର ଜାଗୁଆର ଫାଇଟର ଏୟାରକ୍ରାଫ୍ଟ ଦୁର୍ଘଟଣାଗ୍ରସ୍ତ ହୋଇଛି। ତେବେ କେଉଁ ପରିସ୍ଥିତିରେ ଏହି ଦୁର୍ଘଟଣା ଘଟିଲା ତାହା ସ୍ପଷ୍ଟ ହୋଇନି।













