ଗାଁକୁ ଯିବେ ସହରୀ ସ୍କୁଲ ଶିକ୍ଷକ । ସହରାଞ୍ଚଳର ଅନେକ ସ୍କୁଲରେ ଛାତ୍ରଛାତ୍ରୀଙ୍କ ତୁଳନାରେ ଶିକ୍ଷକ ଅଧିକ ଅଛନ୍ତି । ଆଉ ଗାଁ ସ୍କୁଲ ମାନଙ୍କରେ ଶିକ୍ଷକଙ୍କ ସଂଖ୍ୟା କମ ରହିଛି । ଏମିତି ଅନେକ ସ୍କୁଲ ରହିଛି ଯେଉଁଠି ଜଣେ ଶିକ୍ଷକରେ କାମ ଚାଲୁଛି । ଶିକ୍ଷକ ଦେବାକୁ ସରକାରଙ୍କ ପାଖରେ ଗଦା ଗଦା ଆବେଦନ ଓ ଅଭିଯୋଗ । ଯଥାଶୀଘ୍ର ଜିଲ୍ଲାରେ ଶିକ୍ଷକଙ୍କ ନିଯୁକ୍ତି ତାଲିକା ତଦାରଖ କରାଯିବ । ଯେଉଁ ସ୍କୁଲରେ ଅଧିକ ଶିକ୍ଷକ ଅଛନ୍ତି ସେଠାରୁ ଶିକ୍ଷକ ନଥିବା ସ୍କୁଲକୁ ପୋଷ୍ଟିଂ କରାଯିବ । ଜିଲ୍ଲା ଶିକ୍ଷା ଅଧିକାରୀ ଡିଇଓଙ୍କୁ ଏମିତି ଚିଠି କରିଛି ପ୍ରାଥମିକ ଶିକ୍ଷା ନିର୍ଦ୍ଦେଶାଳୟ । ଜରୁରୀକାଳୀନ ଚିଠି ଜାରି କରି ନିର୍ଦ୍ଦେଶାଳୟ ସ୍ପଷ୍ଟ ଭାଷାରେ ଉଲ୍ଲେଖ କରିଛି । ସହରାଞ୍ଚଳରେ ଅଧିକ ଶିକ୍ଷକ ଶିକ୍ଷୟିତ୍ରୀ ଥିବାବେଳେ ଗ୍ରାମାଞ୍ଚଳରେ ଆବଶ୍ୟକତାଠୁ କମ ଅଛନ୍ତି । ଯଥାଶୀଘ୍ର ସହରାଞ୍ଚଳ , ବ୍ଲକ ହେଡ୍ କ୍ୱାର୍ଟରରୁ ଗ୍ରାମାଞ୍ଚଳକୁ ଶିକ୍ଷକ ବଦଳି କରାଯିବ । ଆସନ୍ତା ୩୦ ତାରିଖ ମଧ୍ୟରେ ଶିକ୍ଷକ ନଥିବା ସ୍କୁଲ କିମ୍ବା ଜଣେ ଶିକ୍ଷକରେ ଚାଲୁଥିବା ସ୍କୁଲକୁ ଶିକ୍ଷକ ପଠାଯିବ ।