ପୌର ନିର୍ବାଚନ ପାଇଁ ତାରିଖ ଘୋଷଣା ସରିଥିବା ବେଳେ ଆଜି କଂଗ୍ରେସ କଟକ ମହାନଗର ନିଗମ ପାଇଁ ମେୟର ପ୍ରାର୍ଥୀ ଘୋଷଣା କରିଛି । ଗିରିବାଳା ବେହେରାଙ୍କୁ କଂଗ୍ରେସ କଟକ ସହର ପାଇଁ ମେୟର ପ୍ରାର୍ଥୀ ଘୋଷଣା କରିଛି । ଏଥିସହିତ କଟକ ମହାନଗର ନିଗମର 56ଟି ଓ୍ବାର୍ଡ ପାଇଁ ମଧ୍ୟ ପ୍ରାର୍ଥୀ ଘୋଷଣା କରାଯାଇଛି । ପିସିସି କାର୍ଯ୍ୟକାରୀ ସଭାପତି ଚିରଞ୍ଜିବ ବିଶ୍ବାଳ ଏହି ସୂଚନା ଦେଇଛନ୍ତି । ଖୁବଶୀଘ୍ର ଭୁବନେଶ୍ବର ମହାନଗର ନିଗମ ପାଇଁ ପ୍ରାର୍ଥୀ ଘୋଷଣା କରାଯିବ ବୋଲି ଶ୍ରୀ ବିଶ୍ବାଳ କହିଛନ୍ତି ।

LEAVE A REPLY

Please enter your comment!
Please enter your name here