ଓଡ଼ିଶାରେ ଏପ୍ରିଲ୍ ୨୯ ତାରିଖରେ ହେବାକୁ ଥିବା ଚତୁର୍ଥ ତଥା ଶେଷ ପର୍ଯ୍ୟାୟ ନିର୍ବାଚନ ପାଇଁ ମଙ୍ଗଳବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି ପର୍ଯ୍ୟାୟରେ ୬ଟି ଲୋକସଭା ଓ ୪୨ଟି ବିଧାନସଭା ଆସନ ପାଇଁ ଭୋଟ୍ ଗ୍ରହଣ ହେବ। ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଲୋକସଭା ଆସନ ଏବଂ ଏହା ଅନ୍ତର୍ଗତ ବିଧାନସଭା ଆସନରେ ମତଦାନ ହେବ। ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରାର୍ଥିପତ୍ର ଦାଖଲ କରିବାର ଶେଷ ଦିନ ହେଉଛି ଏପ୍ରିଲ ୯ ତାରିଖ । ୧୦ ତାରିଖରେ ପ୍ରାର୍ଥିପତ୍ର ଯାଞ୍ଚ କରାଯିବ। ସେହିଭଳି ପ୍ରାର୍ଥିପତ୍ର ପ୍ରତ୍ୟାହାର କରି ନେବାର ଶେଷ ଦିନ ହେଉଛି ଏପ୍ରିଲ୍ ୧୨ ।

LEAVE A REPLY

Please enter your comment!
Please enter your name here