ଆଉ ୬ ଜଣଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି ସରକାର । ୬ ଜଣଙ୍କ ମଧ୍ୟରେ ୩ ନିର୍ବାହୀ ଯନ୍ତ୍ରୀ, ଜଣେ ପୋଲିସ ଇନ୍ସପେକ୍ଟର । ନିର୍ବାହୀ ଯନ୍ତ୍ରୀ ସରୋଜ ଦାଶ, ଦାୟନିଧି ସାମଲଙ୍କୁ ଅବସର ଦିଆଯାଇଛି । ନିର୍ବାହୀଯନ୍ତ୍ରୀ କରୁଣାକର ଘଡାଇଙ୍କୁ ମଧ୍ୟ ବାଧ୍ୟତାମୂଳକ ଅବସର ଦିଆଯାଇଛି । ସେହିପରି ପୋଲିସ ଇନ୍ସପେକ୍ଟର ରତ୍ନାକର ମଲ୍ଲିକଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି । ନୂଆପଡା ଏସିଏସଓ ରତ୍ନାକର ସେଠୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି । ଅନୁଗୁୂଳର ପୂର୍ବତନ କଲ୍ୟାଣ ଅଧିକାରୀ ଚାରୁଲତା ମଲ୍ଲିକଙ୍କୁ ମଧ୍ୟ ଅବସର ଦିଆଯାଇଛି । ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ୧୫୮ ଜଣ ଅଧିକାରୀଙ୍କୁ ଚାକିରିରୁ ବରଖାସ୍ତ ବା ବାଧ୍ୟତାମୂଳକ ଅବସର ଦିଆଯାଇଛି । ଅନୁଗୁଳ ଜିଲ୍ଲା ପୋଲିସ ଇନ୍‌ସପେକ୍ଟର ରତ୍ନାକର ମଲ୍ଲିକଙ୍କୁ ଅପାରଗତା କାରଣକୁ ବାଧ୍ୟତାମୂଳକ ଅବସର ଦିଆଯାଇଛି । ନୂଆପଡ଼ା ଜିଲ୍ଲାର ଅତିରିକ୍ତ ଯୋଗାଣ ଅଧିକାରୀ ରତ୍ନାକର ସେଠୀଙ୍କ ନାମରେ ଦୁଇଟି ଦୁର୍ନୀତି ମାମଲ ରହିଛି । ଦୁର୍ନୀତି ନିବାରଣ ବିଭାଗ ପକ୍ଷରୁ ଚଢାଉ କରାଯାଇ ତାଙ୍କ ନିକଟରୁ ୬.୫ କୋଟିରୁ ଅଧିକ ଟଙ୍କାର ସମ୍ପତ୍ତି ଜବତ କରାଯାଇ ତାଙ୍କୁ ଜେଲ୍‌କୁ ପଠାଯାଇଛି । ଅସାଧୁତା କାରଣରୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି ।

LEAVE A REPLY

Please enter your comment!
Please enter your name here