ରାଜ୍ୟରେ ଡେଙ୍ଗୁ ରୋଗୀଙ୍କ ସଂଖ୍ୟା ଚିନ୍ତା ବଢାଇଛି । ବିଶେଷକରି ଖୋର୍ଦ୍ଧା ଜିଲ୍ଲାରେ ଡେଙ୍ଗୁ ରୋଗୀଙ୍କ ସଂଖ୍ୟା ଉଦବେଗଜନକ । ଏପର୍ଯ୍ୟନ୍ତ ରାଜ୍ୟରେ ଚିହ୍ନଟ ହୋଇଥିବା ରୋଗୀଙ୍କ ମଧ୍ୟରୁ କେବଳ ଖୋର୍ଦ୍ଧା ଜିଲ୍ଲାରେ 51 ପ୍ରତିଶତ ରୋଗୀଙ୍କୁ ଚିହ୍ନଟ କରାଯାଇଛି । ରାଜ୍ୟରେ ମୋଟ 35 ହଜାର 595 ଜଣ ରୋଗୀଙ୍କ ଡେଙ୍ଗୁ ଟେଷ୍ଟ କରାଯାଇଥିବା ବେଳେ ଖୋର୍ଦ୍ଧା ଜିଲ୍ଲାରେ 1167 ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେହିପରି ବାଲେଶ୍ବରରେ 193 ଜଣ ଓ ଜଗତସିଂହପୁରରେ 116 ଜଣ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଛନ୍ତି । କ୍ୟାପିଟାଲ ହସପିଟାଲରେ ଡେଙ୍ଗୁ ରୋଗୀଙ୍କ ପାଇଁ 52ଟି ବେଡ୍ ଥିବା ବେଳେ ବେଡ୍ ସଂଖ୍ୟା ବୃଦ୍ଧି କରାଯିବ ବୋଲି ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ କୁହାଯାଇଛି ।

LEAVE A REPLY

Please enter your comment!
Please enter your name here