ମମିତା ମେହେର ହତ୍ୟାକାଣ୍ଡ ମାମଲାର ତଦନ୍ତ ତଦାରଖ କରିବେ ଅବସରପ୍ରାପ୍ତ ଜିଲ୍ଲାଜଜ୍ । ତଦନ୍ତରେ ସ୍ବଚ୍ଛତା ଅବଲମ୍ବନ କରିବା ପାଇଁ ଜଣେ ବିଚାରପତିଙ୍କ ଦ୍ବାରା ତଦନ୍ତ ତଦାରଖ କରିବାକୁ ରାଜ୍ୟ ସରକାର ହାଇକୋର୍ଟରେ ଆବେଦନ କରିଥିଲେ । ରାଜ୍ୟ ସରକାରଙ୍କ ଆବେଦନକୁ ଗ୍ରହଣ କରି ହାଇକୋର୍ଟ ଜଣେ ଅବସରପ୍ରାପ୍ତ ଜିଲ୍ଲାଜଜ୍ ତଦନ୍ତର ତଦାରଖ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ।

ସୂଚନାଯୋଗ୍ୟ ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟାକାଣ୍ଡ ଷଡଯନ୍ତ୍ରରେ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ସଂପୃକ୍ତି ଅଭିଯୋଗ କରି ବିରୋଧୀ ଆନ୍ଦୋଳନ ଚଳାଇଛନ୍ତି । ମନ୍ତ୍ରୀ ପଦରୁ ଦିବ୍ୟଶଙ୍କରଙ୍କ ଇସ୍ତଫା ଦାବି କରି ବିରୋଧୀ ମୁଖ୍ୟମନ୍ତ୍ରୀଙ୍କ ସମେତ ମନ୍ତ୍ରୀମାନଙ୍କ ଗସ୍ତବେଳେ ଅଣ୍ଡାମାଡ କରିଆସୁଛନ୍ତି ।

LEAVE A REPLY

Please enter your comment!
Please enter your name here