ରାଜ୍ୟ ଜାରି ରହିଛି ଶୀତ ଲହରୀ । କିନ୍ତୁ ୩ ତାରିଖ(ମଙ୍ଗଳବାର) ଏବଂ ୪ ତାରିଖ(ବୁଧବାର) ପ୍ରବଳ ଜାଡ ଅନୁଭୂତ ହେବ । ଏହି ଦୁଇଦିନ ପାଇଁ ଜାରି ହୋଇଛି ଅରେଞ୍ଜ ୱାର୍ଣ୍ଣିଂ । ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଝାରସୁଗୁଡା, କେନ୍ଦୁଝର, ମୟୂରଭଞ୍ଜ , ଦେବଗଡ, ସୁନ୍ଦରଗଡ, ବଲାଙ୍ଗିର, କନ୍ଧମାଳ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଦୁଇ ଦିନ ପାଇଁ ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସୋନପୁର, ବୌଦ୍ଧ, କଳାହାଣ୍ଡି , ନୂଆପଡା, ନୟାଗଡ, ଖୋର୍ଦ୍ଧା, ବାଲେଶ୍ୱର, ଭଦ୍ରକ, ଯାଜପୁର, ଢେଙ୍କାନାଳ, କଟକ, କେନ୍ଦ୍ରାପଡା, ଜଗତସିଂହପୁର, ସମ୍ବଲପୁର, ଅନୁଗୁଳ, ଓ ବରଗଡ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

LEAVE A REPLY

Please enter your comment!
Please enter your name here