ଆଜି ହେଉଛି ପବିତ୍ର ରାମ ନବମୀ । ଚଳଚଞ୍ଚଳ ହୋଇପଡିଛି ସମସ୍ତ ରାମ ମନ୍ଦିର । ଏହି ଦିନ ମର୍ଯ୍ୟାଦା ପୁରୁଷ ପ୍ରଭୁ ଶ୍ରୀ ରାମଚନ୍ଦ୍ର ଜନ୍ମ ଗ୍ରହଣ କରିଥିଲେ । ଚୈତ୍ର ମାସ ନବମୀରେ ଦଶରଥଙ୍କ ପ୍ରଥମ ରାଣୀ କୌଶଲ୍ୟାଙ୍କ ଗର୍ଭରୁ ଜାତ ହୋଇଥିଲେ ପୁରୁଷୋତ୍ତମ । ସେଥିପାଇଁ ଆଜିର ଦିନକୁ ରାମ ନବମୀ ଭାବେ ପାଳନ କରାଯାଇଥାଏ । ଭୁବନେଶ୍ୱରରେ ରାମ ମନ୍ଦିରରେ ସକାଳୁ ସକାଳୁ ଶ୍ରଦ୍ଧାଳୁଙ୍କ ଭିଡ଼ ଲାଗିଛି । ହଜାର ହଜାର ଭକ୍ତଙ୍କ ସମାଗମକୁ ନଜରରେ ରଖି ରାମ ମନ୍ଦିରରେ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି । ପ୍ରବଳ ଖରା ଯୋଗୁଁ ଭକ୍ତମାନଙ୍କ ପାଇଁ ପାନୀୟ ଜଳର ବ୍ୟବସ୍ଥା ମଧ୍ୟ ରହିଛି । ଏହା ସହିତ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି ।

LEAVE A REPLY

Please enter your comment!
Please enter your name here