ସାରା ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମ ପ୍ରବାହ । ପ୍ରବଳ ଖରା ସାଙ୍ଗକୁ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ଲୋକେ । ଆସନ୍ତାକାଲିଠୁ ସ୍ଥିତି ଅଧିକ ଜଟିଳ ହେବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି ।ପଶ୍ଚିମ ଓଡିଶାର ଜିଲ୍ଲା ଗୁଡିକରେ ତାପମାତ୍ରା ୨ ଡିଗ୍ରୀ ପର୍ଯ୍ୟନ୍ତ ବଢିପାରେ । ତେବେ କାଲିଠୁ ୨୦ ତାରିଖ ଯାଏଁ ତାତି ବଢିବ ବୋଲି ପୂର୍ବାନୁମାନ କରିଛି ବିଭାଗ । ଏହି ସମୟ ମଧ୍ୟରେ କାଳବୈଶାଖୀ ପ୍ରଭାବ ଲାଗି ରହିବ । ପ୍ରତିଦିନ ରାଜ୍ୟରେ କେଉଁଠି ନା କେଉଁଠି କାଳବୈଶାଖୀ ବର୍ଷା ସହ ବଜ୍ରପାତ ହେବାର ଆଶଙ୍କା ରହିଛି । ଏହାକୁ ଦୃଷ୍ଟିରେ ରଖି ଆଞ୍ଚଳିକ ପାଣିପାଗ ବିଗ୍ୟାନ କେନ୍ଦ୍ରରୁ ଦକ୍ଷିଣ ଓ ଉତ୍ତର ଉପକୂଳ ଜିଲ୍ଲା ଗୁଡିକରେ ସତର୍କ ରହିବାକୁ ନିର୍ଦେଶ ଦିଆଯାଇଛି ।

LEAVE A REPLY

Please enter your comment!
Please enter your name here