ଆସନ୍ତା 18ରୁ ଲଘୁଚାପ ବର୍ଷା ସମ୍ଭାବନା ଥିବାରୁ ବୈତରଣୀ ନଦୀରେ ବନ୍ୟା ପରିସ୍ଥିତି ସୃଷ୍ଟି ହେବ । ସମ୍ଭାବ୍ୟ ବନ୍ୟା ପରିସ୍ଥିତି ମୁକାବିଲା ପାଉଁ ତିନୋଟି ଜିଲ୍ଲାରେ ହାଇଆଲର୍ଟ ଜାରି କରାଯାଇଛି । କେନ୍ଦୁଝର, ଯାଜପୁର, ଭଦ୍ରକ ଜିଲ୍ଲାରେ ବନ୍ୟା ପରିସ୍ଥିତି ସୃଷ୍ଟି ହେବ । ତେଣୁ ନଦୀ ପାଖାପାଖି ଅଞ୍ଚଳର ଲୋକ ସତର୍କ ରହିବାକୁ ସୂଚନା ଦିଆଯାଇଛି । ଏସଆରସିଙ୍କ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ମହାନଦୀର ଜଳସ୍ତର ହ୍ରାସ ପାଇବାରେ ଲାଗିଛି । ତେବେ ମହାନଦୀ ବନ୍ୟା କମିବା ପରେ ବୈତରଣୀ ନଦୀରେ ବନ୍ୟା ଆସିବାର ସମ୍ଭାବନା ରହିଛି ।

LEAVE A REPLY

Please enter your comment!
Please enter your name here