ଦୁର୍ଗାପୂଜା ଭଳି ଫିକା ପଡିପାରେ ଗଜଲକ୍ଷ୍ମୀ ପୂଜା ଏବଂ କୁମାର ପୂର୍ଣ୍ଣିମା । ଭିଜିବ ଉପକୂଳ ଓଡିଶା । ଦକ୍ଷିଣ ବଙ୍ଗୋପସାଗର ମଧ୍ୟଭାଗରେ ସୃଷ୍ଟି ଘୂର୍ଣ୍ଣିବଳୟ ପ୍ରଭାବରେ ଏବେ ରାଜ୍ୟର କିଛି ସ୍ଥାନରେ ବର୍ଷା ଲାଗି ରହିଛି । ଏହି ଘୂର୍ଣ୍ଣିବଳୟ ଅଧିକ ସକ୍ରିୟ ହେବ । ପ୍ରଭାବରେ ରାଜ୍ୟରେ କାଲି ଏବଂ ତା ପରଦିନ ବଢିବ ବର୍ଷାର ବିସ୍ତ୍ରୃତି । ଦକ୍ଷିଣ ଉପକୂଳବର୍ତ୍ତୀ ଜିଲ୍ଲା ଗୁଡିକରେ ବର୍ଷା ନେଇ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ । ଆଜି ଓ ଆସନ୍ତାକାଲି ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷା ହେବ । ଆସନ୍ତାକାଲିଠୁ ବଢିବ ବର୍ଷାର ପରିମାଣ । ଆସନ୍ତାକାଲି ଜଗତସିଂହପୁର , ପୁରୀ, ଖୋର୍ଦ୍ଧା, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ପ୍ରବଳ ବର୍ଷିବ । ସେହିପରି ୧୦ ତାରିଖରେ ଗଞ୍ଜାମ, ଗଜପତି, ପୁରୀ, ଖୋର୍ଦ୍ଧା , କେନ୍ଦ୍ରାପଡା, କଟକ, ଜଗତସିଂହପୁର ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଏହି ସବୁ ଜିଲ୍ଲାକୁ ଦୁଇ ଦିନ ପାଇଁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ ।

LEAVE A REPLY

Please enter your comment!
Please enter your name here