ଗଞ୍ଜାମରେ ବାହାଭୋଜି ପାଇଁ ନୂଆ ନିୟମ । ଜିଲ୍ଲାରେ ଏଣିକି ବିବାହ ଆୟୋଜନ କଲେ ପରିବାର ସଦସ୍ୟଙ୍କର କରୋନା ଟେଷ୍ଟ ହେବ । ଏପରିକି ପଜିଟିଭ୍ ଆସିଲେ ବିବାହ ଆୟୋଜନ ପାଇଁ ଅନୁମତି ମିଳିବ ନାହିଁ । କରୋନା ସଙ୍କ୍ରମଣ ବଢୁଥିବାରୁ କଟକଣା ଭିତରେ ବିବାହ କାର୍ଯ୍ୟକ୍ରମ ଆୟୋଜନ ପାଇଁ ସରକାର ଅନୁମତି ଦେଇଛନ୍ତି । ବିବାହରେ ସର୍ବାଧିକ ୫୦ ଜଣ ସାମିଲ ହୋଇପାରିବେ ବୋଲି ଅନୁମତିି ରହିଛି ହେଲେ ଗଞ୍ଜାମ ଜିଲ୍ଲା ପ୍ରଶାସନ ଅଧିକ ସତର୍କ ହୋଇଛି । ବିବାହ ଆୟୋଜନ କରୁଥିବା ପରିବାର ସଦସ୍ୟଙ୍କର ଆଣ୍ଟଜେନ୍ ଟେଷ୍ଟ କରିବା ସହିତ ବରକନ୍ୟା ଓ ଯୋଗ ଦେଉଥିବା ୫୦ ଅତିଥିଙ୍କର ମଧ୍ୟ କରୋନା ଟେଷ୍ଟ କରାଯିବ । ପଜିଟିଭ୍ ଚିହ୍ନଟ ହେଲେ ବିବାହ ପାଇଁ ଅନୁମତି ମିଳିବ ନାହିଁ ବୋଲି କହିଛନ୍ତି ଜିଲ୍ଲାପାଳ ବିଜୟ ଅମୃତ କୁଲାଙ୍ଗେ । ସେହିପରି ବିବାହ ବେଳେ କୋଭିଡ ଗାଇଡଲାଇନକୁ ଉଳ୍ଲଘଂନ କଲେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଚେତାଇ ଦିଆଯାଇଛି ।

LEAVE A REPLY

Please enter your comment!
Please enter your name here