ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରଚାର ଜୋରଦାର ଚାଲିଥିବାବେଳେ ଗତକାଲି ବିଳମ୍ବିତ ରାତିରେ ଖୋର୍ଦ୍ଧାରେ ଜଣେ ବିଜେପି ନେତାଙ୍କୁ ଗୁଳି କରି ହତ୍ୟା କରାଯାଇଛି । ଏହାର ପ୍ରତିବାଦରେ ଆଜି ବିଜେପି ପକ୍ଷରୁ ଖୋର୍ଦ୍ଧା ବନ୍ଦ ଡାକରା ଦିଆଯାଇଛି । ସୁଚନାଅନୁସାରେ ବିଜେପିର ମଣ୍ଡଳ ସଭାପତି ମଙ୍ଗୁଳି ଜେନା ଗତକାଲି ରାତିରେ ନବୀନବାଗ ଅଞ୍ଚଳରେ ଥିବା ଦଳୀୟ କାର୍ଯ୍ୟାଳୟ ନିକଟରେ ଛିଡା ହୋଇଥିଲେ । ଏହି ସମୟରେ ଜଣେ ବ୍ୟକ୍ତି ସେଠାକୁ ବାଇକ ଯୋଗେ ଆସିଥିଲେ । ଏହାପରେ ସେ ମଙ୍ଗୁଳିଙ୍କୁ ଗୁଳିମାଡ କରି ଫେରାର ହୋଇଯାଇଥିଲା । ମଙ୍ଗୁଳିଙ୍କୁ ତୁରନ୍ତ ମେଡିକାଲରେ ଭର୍ତି କରାଯାଇଥିଲା । ତେବେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ଏହି ଘଟଣାର ପ୍ରତିବାଦରେ ବିଜେପି ପକ୍ଷରୁ ଆଜି ଖୋର୍ଦ୍ଧା ବନ୍ଦ ଡାକରା ଦିଆଯାଇଛି ।

LEAVE A REPLY

Please enter your comment!
Please enter your name here