କେନ୍ଦ୍ରମନ୍ତ୍ରୀ ବିଶ୍ବେଶ୍ବର ଟୁଡୁଙ୍କୁ ହାଇକୋର୍ଟ ଅନ୍ତରୀଣ ସୁରକ୍ଷା ଦେଇଛନ୍ତି । ଦୁଇଜଣ ସରକାରୀ ଅଧିକାରୀଙ୍କୁ କେନ୍ଦ୍ରମନ୍ତ୍ରୀ ମାଡ ମାରିଥିବା ଅଭିଯୋଗ ହୋଇଥିଲା । ଦୁଇ ଅଧିକାରୀ ମନ୍ତ୍ରୀ ଶ୍ରୀ ଟୁଡୁଙ୍କ ନାଁରେ ବାରିପଦା ଥାନାରେ ଏତଲା ଦାୟର କରିଥିଲେ । ମାମଲାର ତଦନ୍ତ ଚାଲିଥିବା ବେଳେ ତଦନ୍ତ ଅଧିକାରୀଙ୍କୁ ସହଯୋଗ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ଆସନ୍ତା ମାର୍ଚ୍ଚ 4 ତାରିଖରେ ତଦନ୍ତ ଅଧିକାରୀଙ୍କ ନିକଟରେ ହାଜର ହେବାକୁ ନିର୍ଦ୍ଦେଶ ଦେଇଛନ୍ତି । ତଦନ୍ତ ବେଳେ ସାକ୍ଷୀଙ୍କୁ ପ୍ରଭାବିତ ନ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ମାର୍ଚ୍ଚ 8 ତାରିଖରେ ପରବର୍ତ୍ତୀ ଶୁଣାଣୀ ପାଇଁ ସମୟ ଧାର୍ଯ୍ୟ ହୋଇଛି ।

LEAVE A REPLY

Please enter your comment!
Please enter your name here