ଭୁବନେଶ୍ୱର ରେଳଷ୍ଟେସନର ହେବ ନବକଳେବର | ଉଭୟ ରେଳବାଇ ଓ ରାଜ୍ୟ ସରକାରଙ୍କ ମିଳିତ ଉଦ୍ୟମରେ ବଦଳିବାକୁ ଯାଉଛି ଭୁବନେଶ୍ୱର ରେଳଷ୍ଟେସନର ଢାଞ୍ଚା | ନୂଆଦିଲ୍ଲୀସ୍ଥିତ ଉଦ୍ୟୋଗ ଭବନଠାରେ କେନ୍ଦ୍ରମନ୍ତ୍ରୀ ପିୟୁଷ ଗୋୟଲ ଓ ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସହିତ ରେଳବାଇ ବୋର୍ଡ ଇଂଜିନିୟରିଂ ସଦସ୍ୟ ବିଶ୍ୱେଷ ଚୌବେ ଓ ପୂର୍ବତଟ ରେଳପଥ ମହାପ୍ରବନ୍ଧକ ବିଦ୍ୟାଭୂଷଣଙ୍କ ସହିତ ଉଚ୍ଚ ଅଧିକାରୀ ଓ ରାଜ୍ୟ ସରକାରଙ୍କ ଅଧିକାରୀମାନଙ୍କ ଉପସ୍ଥିତିରେ ନିଷ୍ପତି ନିଆଯାଇଛି | ଲୋକସେବା ଭବନଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡ଼ିଓ କନଫରେନସିଙ୍ଗ ମାଧ୍ୟମରେ ଆଲୋଚନା କରିଥିଲେ | କେନ୍ଦ୍ର ସରକାରଙ୍କ ସ୍ମାର୍ଟ ସିଟି ମିଶନ ଅନ୍ତର୍ଭୁକ୍ତ ରେଳଷ୍ଟେସନ ମଲ୍ଟିମୋଡ଼ାଲ ହବ ନିର୍ମାଣ ଭାବରେ ଭୁବନେଶ୍ୱର ରେଳଷ୍ଟେସନ ସଂଲଗ୍ନ ଅଞ୍ଚଳକୁ ବିକଶିତ କରାଯିବ । ଏହି ପ୍ରକଳ୍ପକୁ ଓଡ଼ିଶା ସରକାରଙ୍କ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ ଦ୍ୱାରା ନିର୍ମାଣ କରାଯିବ । ଓଡିଶା ସରକାରଙ୍କ ସାଧାରଣ ପ୍ରଶାସନ ବିଭାଗ ଓ ଭୁବନେଶ୍ୱର ଉନ୍ନୟନ କର୍ତୃପକ୍ଷଙ୍କ ମିଳିତ ଜମିରେ ଏହି ମଲ୍ଟିମୋଡ଼ାଲ ହବର ଭୁବନେଶ୍ୱର ରେଳ ଷ୍ଟେସନର ନୂତନ ଟର୍ମିନାଲ ବିଲଡିଙ୍ଗ, ସିଟି ବସ ଟର୍ମିନାଲ, ପବ୍ଲିକ କାର ପାର୍କିଙ୍ଗ ଏବଂ ସାଧାରଣ ଲୋକଙ୍କ ଉପଯୋଗୀ ମିଶ୍ରିତ ସଂସ୍ଥା ସହିତ ସବୁ ପ୍ଳାଟଫର୍ମ ଉପର ଦେଇ ଭୁବନେଶ୍ୱର ଷ୍ଟେସନର ଉଭୟ ପାର୍ଶ୍ୱକୁ ସଂଲଗ୍ନ କରୁଥିବା ଏକ କନକୋର୍ସ ନିର୍ମାଣ କରାଯିବ | ଉଭୟ ରେଳବାଇ ଓ ରାଜ୍ୟସରକାରଙ୍କ ଜମିରେ ନୂତନ ଷ୍ଟେସନ ବିଲଡିଙ୍ଗ ଏବଂ ଦୁଇଟି ଲାଇନ ସହିତ ପ୍ଳାଟଫର୍ମ ନିର୍ମାଣ ଯୌଥ ଭାବେ କରାଯିବ । ଏଥିପାଇଁ ୧୩୦କୋଟି ଖର୍ଚ୍ଚ ହେବ | ରେଳବାଇ ପ୍ରାୟ ୭୦କୋଟି ଟଙ୍କା ବ୍ୟୟ ବରାଦ କରିଥିବା ବେଳେ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରାୟ ୬୦ କୋଟି ଟଙ୍କା ବ୍ୟୟ ବରାଦ କରାଯିବ |

LEAVE A REPLY

Please enter your comment!
Please enter your name here