ଆଜି ମହାପ୍ରଭୁ ଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା । ଗତକାଲି ରାତିରେ ମରିଚିକୁଣ୍ଡ ପାଣି ଆସିବା ପରେ ଲିଙ୍ଗରାଜଙ୍କ ରଥ ଅନୁକୂଳ ହୋଇଛି । ଆଜି ଭୋରରୁ ମଙ୍ଗଳ ଆଳତି, ଅବକାଶ ଓ ଅନ୍ୟାନ୍ୟ ନୀତି ହୋଇଥିଲା। ଅପରାହ୍ନ ୪ଟାରେ ରଥଟଣା କାର୍ୟ୍ୟକ୍ରମ ରହିଛି। ଲକ୍ଷାଧିକ ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି ମନ୍ଦିର ଓ ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି । ଲିଙ୍ଗରାଜ ମନ୍ଦିର ଠାରୁ ରାମେଶ୍ୱର ମନ୍ଦିର ପର୍ଯ୍ୟନ୍ତ ରଥକୁ ଟଣାଯାଏ । ରାମଚନ୍ଦ୍ରଙ୍କ କଥାକୁ ରଖି ପ୍ରତିବର୍ଷ ଅଶୋକାଷ୍ଟମୀ ତିଥିରେ ଦୋଳଗୋବିନ୍ଦ ଓ ରୁକୁଣାଙ୍କୁ ଧରି ଲିଙ୍ଗରାଜ ମହାପ୍ରଭୁ ରାମେଶ୍ୱର (ମାଉସୀ ମା’ ମନ୍ଦିର ) ମନ୍ଦିରକୁ ଯାତ୍ରା କରିଥାନ୍ତି । ଏହି ରଥଟିର ବିଶେଷତ୍ୱ ହେଉଛି ରଥଟି ଅଣଲେଉଟା । ଯେଉଁଭଳି ଭାବେ ରଥଟି ରାମେଶ୍ୱର ମନ୍ଦିର ପର୍ଯ୍ୟନ୍ତ ଯାଇଥାଏ ଠିକ୍ ସେହିଭଳି ପୁନର୍ବାର ପଛକୁ ଫେରିଥାଏ ।

LEAVE A REPLY

Please enter your comment!
Please enter your name here