ମାଲକାନଗିରି : ପୁଣି ମାଓବାଦୀଙ୍କ ନୃଶଂସ କାଣ୍ଡ । ଛତିଶଗଡ଼ ବିଜାପୁର କୁସଲନାର ଗାଁରେ ଜଣେ ଶିକ୍ଷକଙ୍କ ସମେତ ଦୁଇଜଣଙ୍କୁ ହତ୍ୟା କଲେ ଲାଲବାହିନୀ । ପଞ୍ଚାୟତ ନିର୍ବାଚନକୁ ବର୍ଜନ କରିବାକୁ ଆହ୍ୱାନ ଦେଇଛନ୍ତି ମାଓବାଦୀ । ହତ୍ୟାକାଣ୍ଡ ପରେ ସ୍ଥାନୀୟ ଅଞ୍ଚଳରେ ଭୟର ବାତାବରଣ ଖେଳିଯାଇଛି । ସୁରକ୍ଷାକର୍ମୀଙ୍କ ପକ୍ଷରୁ ଜୋରଦାର ସର୍ଚ୍ଚ ଅପରେସନ କରାଯାଉଛି । ସୂଚନା ଅନୁସାରେ ଛତିଶଗଡ଼ରେ ଚାଲିଛି ଦ୍ୱିତୀୟ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନ । ଏହି ଅବସରରେ ମାତିଛନ୍ତି ମାଓବାଦୀ । ନିର୍ବାଚନବେଳେ ହିଂସାକାଣ୍ଡ ଘଟାଇ ବିଜାପୁର ଅଞ୍ଚଳରେ ଆତଙ୍କ ସୃଷ୍ଟି କରିଛନ୍ତି ମାଓବାଦୀ । ତେବେ ମାଓବାଦୀଙ୍କୁ ଉଚିତ୍ ଜବାବ୍ ଦେବା ଲାଗି ଘଟଣାସ୍ଥଳରେ ସୁରକ୍ଷାକର୍ମୀ ମୁତୟନ କରାଯାଇଛି । କମ୍ବିଂ ଅପରେସନ ଆରମ୍ଭ କରିଥିବା ନେଇ ସୂଚନା ଦେଇଛନ୍ତି ବିଜାପୁର ଏସପି ଜିତେନ୍ଦ୍ର ଯାଦବ ।

LEAVE A REPLY

Please enter your comment!
Please enter your name here