ରତ୍ନଭଣ୍ଡାର ଖୋଲିବାକୁ ଶ୍ରୀମନ୍ଦିର ପରିଚାଳନା କମିଟି ରାଜ୍ୟ ସରକାରଙ୍କୁ ସୁପାରିଶ କରିଛନ୍ତି । ଆଜି ଅନୁଷ୍ଠିତ ପରିଚାଳନା କମିଟି ବୈଠକରେ ଏସଂକ୍ରାନ୍ତରେ ନିଷ୍ପତ୍ତି ନିଆଯାଇଥିବା ଜିଲ୍ଲାପାଳ ସମର୍ଥ ବର୍ମା ସୂଚନା ଦେଇଛନ୍ତି । ଆସନ୍ତା ରଥଯାତ୍ରା ସମୟରେ ରତ୍ନଭଣ୍ଡାର ଖୋଲିବାକୁ ସୁପାରିଶ କରାଯାଇଛି । ହାଇକୋର୍ଟ କିମ୍ବା ସୁପ୍ରିମକୋର୍ଟର ଜଣେ ଅବସରପ୍ରାପ୍ତ ବିଚାରପତିଙ୍କ ତତ୍ବାବଧାନରେ ରତ୍ନଭଣ୍ଡାର ଖୋଲାଯିବ । ଏହି ସମୟରେ ବିଶେଷଜ୍ଞ ଟିମ୍ ରତ୍ନଭଣ୍ଡାର ସ୍ଥିତି ଅନୁଧ୍ୟାନ କରିପାରିବେ । ରତ୍ନଭଣ୍ଡାର ଖୋଲିବାକୁ ବାରମ୍ବାର ଦାବି ହୋଇ ଆସୁଥିଲେ ହେଁ ସରକାର ଏହାକୁ ଏଡାଇ ଆସୁଥିବାରୁ ବିଭିନ୍ନ ମହଲରେ ସମାଲୋଚନାର ଶରବ୍ୟ ହୋଇଥିଲେ ।

LEAVE A REPLY

Please enter your comment!
Please enter your name here