ଆସନ୍ତାକାଲିଠୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା । ୧୧ରୁ ୧୪ ୪ଦିନ ଧରି ପ୍ରବଳ ବର୍ଷିବ । ବିିଭିନ୍ନ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବୃଷ୍ଟିପାତ ନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ । ୧୦ ତାରିଖରୁ ପଶ୍ଚିମ ଓଡିଶାର କିଛି ଜିଲ୍ଲାରେ ମଧ୍ୟ ବର୍ଷା ହୋଇପାରେ । ଯାହାର ପ୍ରଭାବରେ କୃଷିକ୍ଷେତ୍ର ପ୍ରଭାବିତ ହେବା ଆଶଙ୍କା ଥିବାରୁ ୧୧ ତାରିଖରୁ ବରଗଡ, ବଲାଙ୍ଗୀର, ସୋନପୁର, ସମ୍ବଲପୁର, ଝାରସୁଗୁଡା , ସୁନ୍ଦରଗଡ ଏବଂ ଦେବଗଡ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ୧୨ ତାରିଖରେ କଳାହାଣ୍ଡି, କନ୍ଧମାଳ .ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, କଟକ ଓ ନୟାଗଡ ଜିଲ୍ଲା ପାଇଁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ । ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କୁଆପଥର ବର୍ଷା ହେବାର ଆଶଙ୍କା ରହିଛି ।

LEAVE A REPLY

Please enter your comment!
Please enter your name here