ଚାନ୍ଦବାଲି ବିଧାୟକ ବିଷ୍ଣୁ ସେଠୀଙ୍କ ବିୟୋଗରେ ସମସ୍ତେ ମର୍ମାହତ । ଅନେକ ବିଶିଷ୍ଟ ବ୍ୟକ୍ତି ବିଷ୍ଣୁଙ୍କ ବିୟୋଗରେ ଶୋକ ପ୍ରକାଶ ପ୍ରକାଶ କରିଛନ୍ତି । ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ୍ ଶୋକ ପ୍ରକାଶ କରିଛନ୍ତି । ସେ ଟୁଇଟ୍ କରି ଲେଖିଛନ୍ତି ଯେ, ଦକ୍ଷ ବିଧାୟକ ଓ ଲୋକପ୍ରିୟ ରାଜନେତା ଥିଲେ ବିଷ୍ଣୁ ସେଠୀ । ସେହିପରି ଟୁଇଟ୍ କରି ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ । ତାଙ୍କ କଲ୍ୟାଣକାରୀ କାର୍ଯ୍ୟ ସର୍ବଦା ସ୍ମରଣୀୟ ରହିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ସେହିପରି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଟୁଇଟ୍ କରି ଶୋକ ପ୍ରକାଶ କରିଛନ୍ତି । ସମସ୍ତ ନେତା , ମନ୍ତ୍ରୀମାନେ ବିଷ୍ଣୁଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ।

LEAVE A REPLY

Please enter your comment!
Please enter your name here