ଶପଥ ନେଲେ ମୁଖ୍ୟ ବିଚାରପତି ଜଷ୍ଟିସ୍ ଏସ. ମୁରଲୀଧର । ଓଡିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ନେଲେ ଶପଥ । ରାଜଭବନରେ ଶପଥ ପାଠ କରାଇଲେ ରାଜ୍ୟପାଳ । ଶପଥ ଉତ୍ସବରେ ଆଇନମନ୍ତ୍ରୀ , ବିରୋଧୀଦଳ ନେତା ଉପସ୍ଥିତ । ଏଥିସହିତ ମୁଖ୍ୟ ଶାସନ ସଚିବ ଓ ପୋଲିସ ମହାନିର୍ଦ୍ଦେଶକ ମଧ୍ୟ ଉପସ୍ଥିତ ଅଛନ୍ତି । ୩୨ତମ ମୁଖ୍ୟ ବିଚାରପତି ଭାବେ ନେଲେ ଶପଥ
୧୯୬୧ ମସିହାରେ ଜନ୍ମଗ୍ରହଣ କରିଥିବା ଜଷ୍ଟିସ ଏସ୍. ମୁରଲୀଧର ପୂର୍ବରୁ ପଞ୍ଜାବ ଓ ହରିଆଣା ହାଇକୋର୍ଟର ବିଚାରପତି ଭାବେ କାର୍ଯ୍ୟ କରିଥିଲେ। ୨୦୦୬ ମସିହାରେ ଦିଲ୍ଲୀ ହାଇକୋର୍ଟର ବିଚାରପତି ଭାବେ ଦାୟିତ୍ୱ ନେଇଥିଲେ। ପଞ୍ଜାବ ଓ ହରିଆଣା ହାଇକୋର୍ଟର ବିଚାରପତି ଥିବା ବେଳେ ଜଷ୍ଟିସ ଏସ୍. ମୁରଲୀଧର ବହୁ ଗୁରୁତ୍ୱପୂର୍ଣ୍ଣ ମାମଲାର ରାୟ ଦେଇଛନ୍ତି।

LEAVE A REPLY

Please enter your comment!
Please enter your name here