ପୁଣି ରାଜ୍ୟରେ କରୋନା ଦ୍ରୁତ ବେଗରେ ମାଡିଚାଲିଛି । ବିଶେଷକରି ସ୍କୁଲ, କଲେଜରୁ ଏବେ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । ଏହାକୁ ନଜରରେ ରଖି ସରକାରୀ, ଘରୋଇ ସ୍କୁଲର ୪୫ ବର୍ଷରୁ ଉର୍ଦ୍ଧ୍ୱ ଶିକ୍ଷକଙ୍କୁ ଦିଆଯିବ ଟିକା । ଟିକାକରଣ ନେଇ ବିଏମସି କମିଶନର ପ୍ରେମ ଚନ୍ଦ୍ର ଚୌଧୁରୀ ଏହି ସୂଚନା ଦେଇଛନ୍ତି । ବର୍ତ୍ତମାନ ୫ଟି ବିଭାଗ ଉପରେ ଗୁରୁତ୍ୱ ଦିଆଯାଇଛି । ସରକାରୀ, ଘରୋଇ ସ୍କୁଲର ୪୫ ବର୍ଷରୁ ଉର୍ଦ୍ଧ୍ୱ ଶିକ୍ଷକଙ୍କୁ ଗୁରୁତ୍ୱ ଦିଆଯାଇଛି । ଏହାସହିତ ଉଠା ଦୋକାନୀ, ମଲ୍ , ରେଷ୍ଟୁରାଣ୍ଟ ଓ ବିଦ୍ୟୁତ୍ କର୍ମଚାରୀଙ୍କୁ ଗୁରୁତ୍ୱ ଦେଉଛୁ ବୋଲି କମିଶନର କହିଛନ୍ତି । ୫ ଟି ବର୍ଗର ୨୦ ହଜାର ଲୋକଙ୍କ ତାଲିକା ପ୍ରସ୍ତୁତ କରାଯାଇଛି । ମାସେରୁ ୨ ମାସ ଭିତରେ ସମସ୍ତଙ୍କୁ ଟିକାକରଣରେ ସାମିଲ କରିବା ଲକ୍ଷ୍ୟ ରଖାଯାଇଛି ।

LEAVE A REPLY

Please enter your comment!
Please enter your name here