ଶିକ୍ଷକ ନିଯୁକ୍ତି ପାଇଁ ହେବ ପ୍ରବେଶିକା ପରୀକ୍ଷା । ସରକାରୀ ଏବଂ ସରକାରୀ ଅନୁଦାନ ପ୍ରାପ୍ତ ଉଚ୍ଚ ବିଦ୍ୟାଳୟ ତଥା ହାଇସ୍କୁଲରେ ଖାଲିପଡିଥିବା ୧୦ ହଜାର ଶିକ୍ଷକ ପଦ ପୂରଣ ହେବ । ୪୪୪୫ ହିନ୍ଦି, ସଂସ୍କୃତ, ଶାରୀରିକ ଶିକ୍ଷା ଶିକ୍ଷକଙ୍କ ସହ ୬ ହଜାର ଟ୍ରେଣ୍ଡ ଗ୍ରାଜୁଏଟ ଶିକ୍ଷକ ନିଯୁକ୍ତି ଲାଗି ରାଜ୍ୟ ସରକାର ଯୋଜନା କରିଛନ୍ତି । ପ୍ରଥମଥର ପାଇଁ ଏତେ ଶିକ୍ଷକଙ୍କୁ ପ୍ରବେଶିକା ପରୀକ୍ଷା ମାଧ୍ୟମରେ ଚୟନ କରାଯିବ । ଏହି ପ୍ରବେଶିକା ପରୀକ୍ଷା ସିବିଟି ବା କମ୍ପ୍ୟୁଟର ବେସଡ ଟେଷ୍ଟ ମାଧ୍ୟମରେ ହେବ । ସିବିଟି ମାଧ୍ୟମରେ ପରୀକ୍ଷା କରିବା ଲାଗି ଏକ ସ୍ୱତନ୍ତ୍ର ସଂସ୍ଥାକୁ ନିୟୋଜିତ କରାଯିବ । ପରୀକ୍ଷା ଫଳ ଆଧାରରେ ଶିକ୍ଷକମାନେ ନିଯୁକ୍ତି ପାଇବେ । ଜିଲ୍ଲା ଶିକ୍ଷା ଅଧିକାରୀଙ୍କ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ, ଫେବ୍ରୁଆରୀ ପହିଲା ସୁଦ୍ଧା ରାଜ୍ୟରେ ୧୨ ହଜାର ୫ ଶହ ହିନ୍ଦୀ, ସଂସ୍କୃତ, ପିଇଟି, ଟିଜିଟି ପଦ ଖାଲି ରହିଛି । ଯାହାକି ମୋଟ ଅନୁମୋଦିତ ଶିକ୍ଷକ ପଦର ୩୪% ହେବ । ଏତେ ସଂଖ୍ୟକ ବିଷୟ ଭିତ୍ତିକ ପଦ ଖାଲିପଡ଼ିବା ଚିନ୍ତାର ବିଷୟ ପାଲଟିଛି । ତାହାକୁ ନଜରରେ ରଖି ଏବଂ ଛାତ୍ରଛାତ୍ରୀଙ୍କ ପାଠପଢ଼ା ଯେପରି ପ୍ରଭାବିତ ନ ହୁଏ ସେଥିପାଇଁ ତୁରନ୍ତ ପଦ ପୂରଣ କରିବାକୁ ଉଚ୍ଚସ୍ତରୀୟ ବୈଠକରେ ନିଷ୍ପତ୍ତି ନିଆଯାଇଛି ।
ପୂର୍ବରୁ ଯେତେଥର ଶିକ୍ଷକ ନିଯୁକ୍ତି ପ୍ରକ୍ରିୟା ହୋଇଛି ତାହା ଯୋଗ୍ୟତା ତଥା କ୍ୟାରିଅର ମାର୍କିଂ ଆଧାରରେ କରାଯାଇଛି । ‌

LEAVE A REPLY

Please enter your comment!
Please enter your name here