ପଶ୍ଚିମା ଝଡ଼ ପ୍ରଭାବରେ ୧୬ରୁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି । ଆସନ୍ତାକାଲିଠୁ ରାଜ୍ୟର ରାତି ତାପମାତ୍ରା ୩ରୁ ୪ ଡିଗ୍ରୀ ବଢିବା ସମ୍ଭାବନା ରହିଛି । ଆସନ୍ତା ୧୫ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ମୁଖତଃ ଶୁଖିଲା ପାଗ ରହିବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଏହା ପରେ ଆସନ୍ତା ୧୬ ତାରିଖରୁ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ରାଜ୍ୟର ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ ଓ ଝାରସୁଗୁଡ଼ା ଆଦି ଜିଲ୍ଲାରେ ବର୍ଷା ସମ୍ଭାବନା ରହିଥିବାର ପାଣିପାଗ ବିଭାଗ ପକ୍ଷରୁ ସତର୍କ କରାଯାଇଛି । ଏହାସହ ରାଜ୍ୟର କିଛି ଜିଲ୍ଲାରେ କୁଆପଥର ସହ ମଧ୍ୟ ବର୍ଷା ହେବାର ଆଶଙ୍କା ରହିଛି ।ସେହିପରି ଗତକାଲି ମଧ୍ୟ ରାଜ୍ୟର ବିଭିନ୍ନ ସ୍ଥାନରେ କୁହୁଡିର ଆସ୍ତରଣ ଦେଖିବାକୁ ମିଳିଥିଲା । ଘନ କୁହୁଡ଼ି ଫଳରେ ରାସ୍ତା ଦୃଶ୍ୟମାନ ହେଉନଥିଲା ଫଳରେ ଗାଡିଚଳାଚଳରେ ସାମାନ୍ୟ ବାଧାପ୍ରାପ୍ତ ହୋଇଥିଲା ।

LEAVE A REPLY

Please enter your comment!
Please enter your name here