ଅଗଷ୍ଟ ୧୯ ତାରିଖ ବେଳକୁ ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ପ୍ରଭାବରେ ୧୮ ତାରିଖରୁ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । ୧୮ରେ ପ୍ରବଳ ବର୍ଷା ନେଇ ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡା, ଯାଜପୁର, ଜଗତସିଂହପୁର, କଟକ, ପୁରୀ , ସୁନ୍ଦରଗଡ, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗିର, ବରଗଡ, ଝାରସୁଗୁଡା ଓ ଢେଙ୍କାନାଳକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୧୯ ଓ ୨୦ରେ ବି ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

LEAVE A REPLY

Please enter your comment!
Please enter your name here