ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ | ଏହାର ପ୍ରଭାବରେ ୨୫ ତାରିଖ ଠାରୁ ଉତ୍ତର ଓଡ଼ିଶା ଓ ପଶ୍ଚିମବଙ୍ଗରେ ବର୍ଷାର ପ୍ରଭାବ ବଢିବ | ଏହାର ୨୪ ଘଣ୍ଟା ପରେ ଅର୍ଥାତ୍ ୨୬ ତାରିଖ ବେଳକୁ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ତଥା ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପ ସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ | ଯାହାର ପ୍ରଭାବରେ ବିଶେଷକରି ୨୫ ଓ ୨୬ ତାରିଖରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ | ଯାହାକୁ ଦୃଷ୍ଟିରେ ରଖି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଓଡ଼ିଶା ଲାଗି ଅରେଞ୍ଜ ଆଲର୍ଟ ଜାରି କରାଯାଇଛି | ୨୫ ତାରିଖରେ ସମ୍ବଲପୁର, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ ବରଗଡ଼ରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ | ପୁରୀ, ଦେବଗଡ଼, ଝାରସୁଗୁଡ଼ା, ବାଲେଶ୍ବର, ଭଦ୍ରକ ଓ ଜଗତସିଂହପୁରରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି | ସେହିଭଳି ୨୬ ତାରିଖରେ ବରଗଡ଼ ଓ ସୁନ୍ଦରଗଡ଼ରେ ଅତି ପ୍ରବଳ ବର୍ଷା ଏବଂ ମୟୂରଭଞ୍ଜ, କନ୍ଧମାଳ, କଳାହାଣ୍ତି ଓ ନୟାଗଡ଼ରେ ପ୍ରବଳ ବର୍ଷା ହେବ ବୋଲି ଅନୁମାନ କରାଯାଉଛି |

LEAVE A REPLY

Please enter your comment!
Please enter your name here