ଗତକାଲି ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ଉତ୍ତର ବଙ୍ଗୋପସାଗର ଆଉ ତାର ଆଖ ପାଖ ଅଞ୍ଚଳରେ ଏକ ଲଘୁଚାପକ୍ଷେତ୍ର ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ୨୮ରୁ ୩୦ ତାରିଖ ପର୍ଯ୍ୟନ୍ତ ଓଡିଶାର ବହୁ ଜିଲ୍ଲାରେ ଅଧିକାଂଶ ସ୍ଥାନରେ ମଧ୍ୟମଧରଣର ବର୍ଷା ହେବ । ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହୁଛି । ଏନେଇ ସୂଚନା ଦେଇଛନ୍ତି ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ । ମଙ୍ଗଳବାର ସୁନ୍ଦରଗଡ, କେନ୍ଦୁଝର, ମୟୂରଭଞ୍ଜ , ବାଲେଶ୍ୱର, ଯାଜପୁର, ଭଦ୍ରକ ଆଜି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

LEAVE A REPLY

Please enter your comment!
Please enter your name here