ଆଜିଠାରୁ ୨ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଜାରି ରହିବ ଅସହ୍ୟ ଗ୍ରୀଷ୍ମ ପ୍ରବାହ । ୪ଦିନ ଲାଗି ରାଜ୍ୟର ୮ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଭାରତୀୟ ପାଣିପାଗ ବିଭାଗ । ୩୧ ଯାଏଁ ମୟୂରଭଞ୍ଜ , ବରଗଡ, ସୋନପୁର, ବୌଦ୍ଧ, ବଲାଙ୍ଗୀର ଜିଲ୍ଲା ଲାଗି ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିଭଳି ୩୧ରୁ ୨ ତାରିଖ ପର୍ଯ୍ୟନ୍ତ ୭ଟି ଜିଲ୍ଲା ଲାଗି ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସମ୍ବଲପୁର, ବରଗଡ, ସୋନପୁର, ବୌଦ୍ଧ, ବଲାଙ୍ଗୀର, ଅନୁଗୁଳ, କଳାହାଣ୍ଡି । ୪୦ ଡିଗ୍ରୀ ଉପରେ ରାଜ୍ୟର ୭ଟି ସହରର ତାପମାତ୍ରା । ଗତକାଲି ଟିଟିଲାଗଡ, ବଲାଙ୍ଗୀର, ସୋନପୁର, ବାରିପଦା, ବୌଦ୍ଧ, ଭବାନୀପାଟଣା, ସମ୍ବଲପୁରରେ ପାରଦ ୪୦ ଡିଗ୍ରୀ ସେଲସିୟସ ଉପରେ ରହିଥିଲା ।

LEAVE A REPLY

Please enter your comment!
Please enter your name here