ପୌର ନିର୍ବାଚନ ପାଇଁ ଜବାବ ଦାଖଲ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ । ୪ ସପ୍ତାହ ଭିତରେ ଜବାବ ଦାଖଲ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ମୁଖ୍ୟ ଶାସନ ସଚିବ ରାଜ୍ୟ ନିର୍ବାଚନ କମିଶନଙ୍କୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଥିବାର ସୂୂଚନା ଦେଇଛନ୍ତି ବରିଷ୍ଠ ଆଇଜୀବି ପିତାମ୍ବର ଆଚାର୍ଯ୍ୟ । ଭୁବନେଶ୍ୱର , କଟକ ଏବଂ ପୁରୀରେ ପୌର ନିର୍ବାଚନ ଶୀଘ୍ର କରିବା ପାଇଁ ମାମଲା ଦାଏର ହୋଇଥିଲା । ପୌର ପରିଷଦର ନିର୍ବାଚିତ ସଦସ୍ୟଙ୍କ ୫ ବର୍ଷିଆ କାର୍ଯ୍ୟକାଳ ଶେଷ ହେବା ପୂର୍ବରୁ ନିର୍ବାଚନ ହେବା କଥା । କିନ୍ତୁ ଇତି ମଧ୍ୟରେ ତିନି ବର୍ଷ ବିତିବାକୁ ବସିଥିବା ବେଳେ ପୌର ନିର୍ବାଚନ କରାଯାଉ ନାହିଁ । ରାଜ୍ୟ ସରକାରଙ୍କ ଚାପରେ ରାଜ୍ୟ ନିର୍ବାଚନ କମିସନ୍ ପୌର ନିର୍ବାଚନ କରିବା ପାଇଁ ପଦକ୍ଷେପ ଗ୍ରହଣ କରୁ ନାହାନ୍ତି ବୋଲି ଆବେଦନକାରୀ ଦର୍ଶାଇଛନ୍ତି ।

LEAVE A REPLY

Please enter your comment!
Please enter your name here