ସେପ୍ଟେମ୍ବର ୧ ତାରିଖରୁ ପୁଣି ପ୍ରବଳ ବର୍ଷିବ । ଏନେଇ ସତର୍କ ଜାରି କରିଛି ପାଣିପାଗ ବିଭାଗ । ବିଶେଷକରି ଏହି ସମୟରେ ଉତ୍ତର ଓଡିଶା-ଦକ୍ଷିଣ ଉପକୂଳ ଓଡିଶାରେ ବର୍ଷା ଆଶଙ୍କା ରହିଛି । ତେବେ ୮ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । କେନ୍ଦୁଝର, ମୟୂରଭଞ୍ଜ, କେନ୍ଦ୍ରାପଡା, ଯାଜପୁର, ଭଦ୍ରକ, ଜଗତସିଂହପୁର, ସୁନ୍ଦରଗଡ ଓ ଗଜପତି ଜିଲ୍ଲା ପାଇଁ ସତର୍କ ସୂଚନା ଜାରି କରାଯାଇଛି । ଆସନ୍ତା ୨୪ ଘଣ୍ଟାରେ ଆଭ୍ୟନ୍ତରୀଣ ଓଡିଶାର କେତେକ ସ୍ଥାନରେ ଏବଂ ଉପକୂଳ ଓଡିଶାରେ ଗୋଟିଏ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ସମ୍ଭାବନା ରହିଛି ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଏହି ସମୟରେ ଅଧିକାଂଶ ଅଞ୍ଚଳରେ ପାଗ ଆଶିଂକ ମେଘୁଆ ରହିବା ସମ୍ଭାବନା ରହିଛି ।

LEAVE A REPLY

Please enter your comment!
Please enter your name here