ଆସନ୍ତାକାଲି ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ । ଏହାର ପ୍ରଭାବରେ ପରବର୍ତ୍ତୀ ୪୮ ଘଣ୍ଟା ଭିତରେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପକ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହି ଲଘୁଚାପ ଉତ୍ତର ଆନ୍ଧ୍ର ଏବଂ ଦକ୍ଷିଣ ଓଡିଶା ଉପକୂଳରେ ସୃଷ୍ଟି ହେବାକୁ ଥିବାରୁ ଦକ୍ଷିଣ ଓଡିଶାରେ ବେଶି ପ୍ରଭାବ ପକାଇବ ବୋଲି ଆକଳନ କରାଯାଉଛି ।ଲଘୁଚାପ ଯୋଗୁଁ ୮ ତାରିଖରେ ବର୍ଷାର ପରିମାଣ ବଢିବ । ୯ ତାରିଖରେ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ହେବ । କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ବି ସମ୍ଭାବନା ରହିଛି । ଆଜି ପାଇଁ ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, କଟକ, ଜଗତସିଂହପୁର, ମାଲକାନଗିରି, କୋରାପୁଟ, ରାୟଗଡା, ନବରଙ୍ଗପୁର, କଳାହାଣ୍ଡି ଆଦି ଜିଲ୍ଲାରେ ବିଜୁଳି ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି । ଗଞ୍ଜାମ, କନ୍ଧମାଳ, ମାଲକାନଗିରି, କୋରାପୁଟ, ରାୟଗଡା ଜିଲ୍ଲାରେ ପ୍ରବଳ ବର୍ଷାର ଆଶଙ୍କା ରହିଛି । ଏହି ଜିଲ୍ଲା ଗୁଡିକ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

LEAVE A REPLY

Please enter your comment!
Please enter your name here