ଆସନ୍ତା 16 ତାରିଖ ଯାଏଁ ରାଜ୍ୟରେ ବର୍ଷା ସମ୍ଭାବନା ରହିଛି । ଭୁବନେଶ୍ବର ପାଣିପାଗ ବିଭାଗ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ ବଙ୍ଗୋପସାଗରରେ ଘନୀଭୂତ ଲଘୁଚାପ ଅବପାତରେ ପରିଣତ ହୋଇଥିବାରୁ ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତା 13 ତାରିଖରେ ମଧ୍ୟ ଆଉ ଏକ ଲଘୁଚାପ ସୃଷ୍ଟି ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ଆସନ୍ତା 48 ଘଣ୍ଟା ଭିତରେ ଲଘୁଚାପ ଅଧିକ ଘନୀଭୂତ ହେବ ।

ଗଞ୍ଜାମ, ଗଜପତି, ରାୟଗଡା, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୟାଗଡ, ପୁରୀ, ଖୋର୍ଦ୍ଧା, ଜଗତସିଂହପୁର, କେନ୍ଦ୍ରାପଡା, ଯାଜପୁର, ଢେଙ୍କାନାଳରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ।

LEAVE A REPLY

Please enter your comment!
Please enter your name here