ଶ୍ରୀମନ୍ଦିର ପରିଚାଳନା କମିଟିର ସମସ୍ତ ସଦସ୍ୟଗଣ, ବରିଷ୍ଠ ସେବାୟତଗଣ, ଶ୍ରୀମନ୍ଦିର ପ୍ରଶାସନ ଓ ଜିଲ୍ଲା ପ୍ରଶାସନର ଅଧିକାରୀ ମାନଙ୍କ ଏକ ୫୦ ଜଣିଆ ପ୍ରତିନିଧି ଦଳ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ପାରମ୍ପରିକ ରୀତିରେ ନିମନ୍ତ୍ରଣ କରିଥିଲେ।
ଆସନ୍ତା ଜାନୁଆରୀ 17 ତାରିଖରେ ବହୁ ପ୍ରତୀକ୍ଷିତ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ପର୍ବ । ଏଥିପାଇଁ ଶ୍ରୀମନ୍ଦିର ସେବାୟତଙ୍କ ପକ୍ଷରୁ ଆରମ୍ଭ ହୋଇଛି ନିମନ୍ତ୍ରଣ ଅଭିଯାନ । ଆଜି ଶ୍ରୀମନ୍ଦିର ସେବାୟତଙ୍କ ଏକ ଦଳ ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କୁ ଆନୁଷ୍ଠାନିକ ଭାବେ ନିମନ୍ତ୍ରଣ ଜଣାଇଥିଲେ । ଏହାପରେ ଏହି ସେବାୟତ ଦଳ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ନବୀନ ନିବାସରେ ଭେଟି ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ପର୍ବକୁ ନିମନ୍ତ୍ରଣ କରିଥିଲେ । ମୁଖ୍ୟମନ୍ତ୍ରୀ ନିମନ୍ତ୍ରଣ ପାଇଁ ସେବାୟତମାନଙ୍କୁ ଧନ୍ୟବାଦ ଜଣାଇବା ସହ ଶ୍ରୀଜଗନ୍ନାଥଙ୍କ ଉଦ୍ଦେଶ୍ୟରେ ଗୁଆ ଓ ଚାଉଳ ପ୍ରଦାନ କରିଥିଲେ।
ସେବାୟତମାନେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ତଥା ପୁରୀ ସହରର ବିକାଶ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଥିଲେ ଯେ “ଆପଣ ଇତିହାସ ରଚିଲେ। ଯୁଗ ଯୁଗ ପାଇଁ ଆପଣଙ୍କ ନାମ ଲିପିବଦ୍ଧ ହୋଇରହିବ ।
ଏହି ଅବସରରେ ସେବାୟତମାନଙ୍କ ସହିତ ଆଲୋଚନା କରି ୫ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ ଭି.କେ. ପାଣ୍ଡିଆନ କହିଲେ ପୁରୀବାସୀଙ୍କ ତ୍ୟାଗ ଯୋଗୁଁ ପରିକ୍ରମା ପ୍ରକଳ୍ପ ସମ୍ଭବ ହୋଇପାରିଛି । ପୁରୀବାସୀଙ୍କ ଅତୁଳନୀୟ ତ୍ୟାଗ ସବୁଦିନ ପାଇଁ ସମସ୍ତେ ଶ୍ରଦ୍ଧାର ସହ ମନେରଖିବେ ।

LEAVE A REPLY

Please enter your comment!
Please enter your name here