ଆଜି ଜାତୀୟ କ୍ରୀଡା ଦିବସ ଅବସରରେ ରାଜ୍ୟ ସରକାର ରାଜ୍ୟର କୃତି ଖେଳାଳିଙ୍କୁ ସମ୍ମାନିତ କରିଛନ୍ତି । ଟୋକିଓ ଅଲିମ୍ପିକ୍ସରେ ବ୍ରୋଞ୍ଚ ପଦକ ହାସଲ କରିଥିବା ଭାରତୀୟ ହକିଟିମର ଓଡିଆ ଖେଳାଳି ଅମିତ ରୋହିଦାସଙ୍କୁ ବିଜୁ ପଟ୍ଟନାୟକ କ୍ରୀଡା ପୁରସ୍କାର ପ୍ରଦାନ କରାଯାଇଛି । କ୍ରୀଡା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ରୋହି ଦାସଙ୍କୁ ଶ୍ରେଷ୍ଠ ଖେଳାଳି ଭାବେ ଏହି ପୁରସ୍କାର ପ୍ରଦାନ କରାଯାଇଛି । ପୁରସ୍କାର ରାଶି ବାବଦରେ ଦୁଇଲକ୍ଷ ଟଙ୍କା ପ୍ରଦାନ କରାଯାଇଛି । ହକି କୋଚ୍ କାଳୁ ଚରଣ ଚୌଧୁରୀଙ୍କୁ କ୍ରୀଡା କ୍ଷେତ୍ରରେ ଜୀବନବ୍ୟାପୀ ସାଧନା ପାଇଁ ସମ୍ମାନିତ କରାଯିବା ସହ ପୁରସ୍କାର ରାଶି ବାବଦରେ ତିନିଲକ୍ଷ ଟଙ୍କା ପ୍ରଦାନ କରାଯାଇଛି । ସେହିପରି ବିଶିଷ୍ଟ ଶିବପ୍ରସାଦ ଦାସଙ୍କୁ ଏକ ଲକ୍ଷ ଟଙ୍କା ଓ ମାନପତ୍ର ଦିଆଯାଇ ସମ୍ମାନିତ କରାଯାଇଛି । ଏଏସଆଇ ତ୍ରୈଲୋକ୍ୟନାଥ ପରିଡାଙ୍କୁ ସାହସିକତା ପୁରସ୍କାର ପ୍ରଦାନ କରାଯାଇଛି ।

ଏକ ସ୍ବତନ୍ତ୍ର ଉତ୍ସବରେ ଏହି ପୁରସ୍କାର ଓ ମାନପତ୍ର ପ୍ରଦାନ କରାଯାଇଛି । ଅତିଥି ଭାବେ କ୍ରୀଡାମନ୍ତ୍ରୀ ତୁଷାରକାନ୍ତି ବେହେରା ଖେଳାଳିମାନଙ୍କୁ ପୁରସ୍କାର ପ୍ରଦାନ କରିଥିଲେ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଉତ୍ସବରେ ଭର୍ଚ୍ୟୁଆଲରେ ଯୋଗଦେଇ ଖେଳାଳିମାନହ୍କୁ ଉତ୍ସାହିତ କରିଥିଲେ ।

LEAVE A REPLY

Please enter your comment!
Please enter your name here