ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ଦେହାନ୍ତ ପରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶୋକ ବ୍ୟକ୍ତ କରିଛନ୍ତି ।ଆଜି ସକାଳ ୮ଟା ୪୫ରେ ମହାରାଷ୍ଟ୍ରର ବାରାମତୀରେ ବିମାନ ଦୁର୍ଘଟଣାରେ ଉପମୁଖ୍ୟମନ୍ତ୍ରୀ ଶ୍ରୀ ପାୱାରଙ୍କ ସମେତ ୪ ଜଣଙ୍କ ମୃତ୍ୟୁ ହୋଇଚି । ଦୁର୍ଘଟଣାର କାରଣ ଅସ୍ପଷ୍ଟ ରହିଥିବାବେଳେ ପୋଲିସ ପହଞ୍ଚିଛି ତଦନ୍ତ ଆରମ୍ଭ କରିଛି । ରାଷ୍ଟ୍ରପତି ଦ୍ରୌପଦୀ ମୂର୍ମୁ ସୋସିଆଲ ମିଡ଼ିଆ ‘ଏକ୍ସ’ରେ ପୋଷ୍ଟ କରିଛନ୍ତି, “ମହାରାଷ୍ଟ୍ରର ବାରାମତିରେ ଏକ ବିମାନ ଦୁର୍ଘଟଣାରେ ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଶ୍ରୀ ଅଜିତ ପାୱାରଙ୍କ ସମେତ ଅନେକ ଲୋକଙ୍କ ମୃତ୍ୟୁ ଖବର ଅତ୍ୟନ୍ତ ଦୁଃଖଦ । ଅଜିତ ପାୱାରଙ୍କ ଅକାଳ ବିୟୋଗ ଏକ ଅପୂରଣୀୟ କ୍ଷତି। ମହାରାଷ୍ଟ୍ରର ବିକାଶରେ, ବିଶେଷକରି ସମବାୟ କ୍ଷେତ୍ରରେ ତାଙ୍କର ଗୁରୁତ୍ୱପୂର୍ଣ୍ଣ ଅବଦାନ ପାଇଁ ତାଙ୍କୁ ସର୍ବଦା ମନେ ରଖାଯିବ । ତାଙ୍କ ପରିବାର, ସମର୍ଥକ ଏବଂ ପ୍ରଶଂସକମାନଙ୍କ ପ୍ରତି ମୁଁ ଗଭୀର ସମବେଦନା ଜଣାଉଛି। ଦୁର୍ଘଟଣାରେ ମୃତ୍ୟୁବରଣ କରିଥିବା ସମସ୍ତ ଲୋକଙ୍କ ପରିବାରକୁ ମଧ୍ୟ ଭଗବାନ ଏହି କ୍ଷତି ସହିବା ପାଇଁ ଶକ୍ତି ଦିଅନ୍ତୁ”।

ପ୍ରଧାନମନ୍ତ୍ରୀ ନିଜ ସୋସିଆଲ ମିଡ଼ିଆରେ କହିଛନ୍ତି, “ମହାରାଷ୍ଟ୍ରର ବାରାମତିରେ ଘଟିଥିବା ଦୁର୍ଭାଗ୍ୟପୂର୍ଣ୍ଣ ବିମାନ ଦୁର୍ଘଟଣାରେ ମୁଁ ଗଭୀର ଦୁଃଖିତ। ଏହି ଦୁର୍ଘଟଣାରେ ଯେଉଁମାନେ ସେମାନଙ୍କର ପ୍ରିୟଜନଙ୍କୁ ହରାଇଛନ୍ତି ସେମାନଙ୍କ ପ୍ରତି ମୋର ସମବେଦନା। ଏହି ଦୁଃଖର ମୁହୂର୍ତ୍ତରେ ଶୋକସନ୍ତପ୍ତ ପରିବାରକୁ ଶକ୍ତି ଏବଂ ସାହସ ମିଳୁ ବୋଲି ମୁଁ ପ୍ରାର୍ଥନା କରୁଛି।”

LEAVE A REPLY

Please enter your comment!
Please enter your name here