ଯାଜପୁରର ବହୁ ଚର୍ଚ୍ଚିତ ଶିକ୍ଷକ ପଦ୍ମଶ୍ରୀ ନନ୍ଦ ସାର । ଏହି ଶତାୟୁ ଶିକ୍ଷକ ପଦ୍ମଶ୍ରୀ ନନ୍ଦ କିଶୋର ପୃଷ୍ଟି ଏବେ କରୋନାରେ ଆକ୍ରାନ୍ତ ହୋଇଛନ୍ତି । ସେ ଏବେ ଯାଜପୁର କଳିଙ୍ଗନଗର ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି । ତାଙ୍କ ଅବସ୍ଥା ଗୁରୁତର ଥିବା ନେଇ ଡାକ୍ତରଖାନା ପକ୍ଷରୁ ସୂଚନା ମିଳିଛି । ସୋମବାର ନନ୍ଦ ସାର ଅସୁସ୍ଥ ଅନୁଭବ କରି ତଳେ ପଡିଯିବାରୁ ତାଙ୍କୁ ଯାଜପୁର ଜିଲ୍ଲା ହେଡ୍ କ୍ୱାଟର ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ସେଠାରେ କରୋନା ପଜିଟିଭ୍ ଚିହ୍ନଟ ପରେ ଗତ ରାତିରେ କୋଭିଡ ହସ୍ପିଟାଲ ସ୍ଥାନାନ୍ତର କରାଯାଇଥିଲା । ସୁକିନ୍ଦା ବ୍ଲକରେ ରହୁଥିବା ୧୦୪ ବର୍ଷୀୟ ନନ୍ଦ ପୃଷ୍ଟି ସମଗ୍ର ଦେଶରେ ଚାଟଶାଳୀ ଶିକ୍ଷକ ଭାବରେ ବେଶ ପରିଚିତ । ଦୀର୍ଘ ୮୨ ବର୍ଷ ଧରି ସେ ମାଗଣାରେ ଶିକ୍ଷାଦାନ କରିଆସୁଛନ୍ତି । ଯାହାକୁ ନେଇ ଜିଲ୍ଲା କି ରାଜ୍ୟ ନୁହେଁ ପୁରା ଦେଶରେ ଚର୍ଚ୍ଚା ଚାଲିଛି । ତାଙ୍କ ସମ୍ପର୍କରେ ବିଭିନ୍ନ ଗଣମାଧ୍ୟମରେ ଖବର ପ୍ରକାଶ ପାଇବା ପରେ ରାଜ୍ୟ ସରକାର ତାଙ୍କୁ ପଦ୍ମଶ୍ରୀ ସମ୍ମାନ ପାଇଁ କେନ୍ଦ୍ର ସରକାରଙ୍କୁ ସୁପାରିଶ କରିଥିଲେ । ରାଷ୍ଟ୍ରପତି ଭବନରେ ପଦ୍ମଶ୍ରୀ ନନ୍ଦ ପୃଷ୍ଟିଙ୍କୁ ସମ୍ମାନିତ କରାଯାଇଥିଲା ।

LEAVE A REPLY

Please enter your comment!
Please enter your name here