ଭୁବନେଶ୍ୱର : ବଙ୍ଗୋପସାଗରରେ ଆଂଟି ସାଇକ୍ଲୋନ ସୃଷ୍ଟି ହେବାର ସମ୍ଭାବନା କାରଣରୁ ଓଡ଼ିଶାରେ ଆସନ୍ତା ୨୧ ତାରିଖ ଠାରୁ ପ୍ରଚଣ୍ଡ ଖରା ତାତିରୁ କିଛିଟା ଆଶ୍ୱସ୍ତି ମିଳିପାରେ ବୋଲି ଶୁକ୍ରବାର ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ପରିବେଶ ଓ ଜଳବାୟୁ କେନ୍ଦ୍ର (ସିଇସି) ପକ୍ଷରୁ ସୂଚନା ଦିଆଯାଇଛି ।
ବର୍ତମାନ ଜାରି ରହିଥିବା ଖରା ତାତି ଆଉ ଗୋଟିଏ ଦିନ ରହିବାର ସମ୍ଭାବନା ଥିବା ବେଳେ ଏପ୍ରିଲ ୨୧ ତାରିଖରୁ ସମୁଦ୍ର ଆଡୁ ଉପକୂଳ ଅଂଚଳକୁ ଦୁର୍ବଳ ବାୟୁ ପ୍ରବାହ ହେବ । ଏହା ଏପ୍ରିଲ ୨୫ ପର୍ଯ୍ୟନ୍ତ ଜାରି ରହିପାରେ ବୋଲି ସିଇସିର ନିର୍ଦ୍ଦେଶକ ଡକ୍ଟର ଶରତ ଚନ୍ଦ୍ର ସାହୁ କହିଛନ୍ତି ।
ଏପ୍ରିଲ୍ ୨୧ ଏବଂ ଏହାର ପରବର୍ତୀ ଦିନ ଉପକୂଳ ଓ ଦକ୍ଷିଣ ଓଡ଼ିଶାର କେତୋଟି ଜିଲ୍ଲାରେ କାଳବୈଶାଖୀ ହେବାର ସମ୍ଭାବନା ରହିଛି ।
ତେବେ ଆଭ୍ୟନ୍ତରୀଣ ଜିଲ୍ଲା ଗୁଡ଼ିକରେ ଦିନର ତାପମାତ୍ରା ୩୮ ଡିଗ୍ରୀରୁ ୪୧ ଡିଗ୍ରୀ ସେଲ୍‌ସିଅସ ମଧ୍ୟରେ ରହିବାର ସମ୍ଭାବନା ଥିବାବେଳେ ଉପକୂଳବର୍ତୀ ଅଂଚଳରେ ୩୭ ଡିଗ୍ରୀରୁ ୩୯ ଡିଗ୍ରୀ ସେଲ୍‌ସିଅସ ମଧ୍ୟରେ ରହିପାରେ । କେତେକ ସ୍ଥାନରେ ୩୬ ଡିଗ୍ରୀ ସେଲ୍‌ସିଅସରୁ କମ୍ ରହିପାରେ ବୋଲି ସେ କହିଛନ୍ତି ।
ତେବେ ଏପ୍ରିଲ୍ ୨୬ ତାରିଖରୁ ୩୦ ତାରିଖ ପର୍ଯ୍ୟନ୍ତ ଦିନର ତାପମାତ୍ରା ବୃଦ୍ଧିପାଇ ଏପ୍ରିଲ୍ ୨୮ ତାରିଖ ପରେ ୪୪ରୁ ୪୫ ଡିଗ୍ରୀ ସେଲସିଅସ ରହିପାରେ ବୋଲି ଡ଼. ସାହୁ କହିଛନ୍ତି ।

LEAVE A REPLY

Please enter your comment!
Please enter your name here