କଟକ ଏସସିବି ବଡ ମେଡିକାଲରେ ଭୟାବହ ଅଗ୍ନିକାଣ୍ଡ । ପାଥୋଲଜି ବିଭାଗରେ ଅଗ୍ନିକାଣ୍ଡ ଘଟିଛି । ପାଥୋଲୋଜି ବିଭାଗର ୨ଟି ରୁମରେ ସର୍ଟସର୍କିଟ ଯୋଗୁଁ ନିଆଁ ଲାଗିଥିବା ଜଣାପଡିଛି । ଫଳରେ ଲାବ୍ ଭିତରେ ଥିବା ଲକ୍ଷାଧିକ ଟଙ୍କାର ଯନ୍ତ୍ରପାତି ଓ୧୦ରୁ ଅଧିକ ଏସି ପୋଡି ନଷ୍ଟ ହୋଇଯାଇଥିବା ସୂଚନା ମିଳିଛି । ଏହି ଅଗ୍ନିକାଣ୍ଡରେ କୌଣସି ରୋଗୀ କିମ୍ବା ତାଙ୍କ ସହଯୋଗୀଙ୍କର କିଛି କ୍ଷୟକ୍ଷତି ହୋଇନାହିଁ । ଖବର ପାଇ ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି । ପୁଲିସ୍‌ ଏହି ଘଟିଣାକୁ ନେଇ ତଦନ୍ତ ଆରମ୍ଭ କରିଦେଇଛି । ତେବେ ଏ ନେଇ ହସ୍ପିଟାଲ କର୍ତ୍ତୃପକ୍ଷଙ୍କ ତରଫରୁ କୌଣସି ପ୍ରତିକ୍ରିୟା ମିଳିପାରି ନାହିଁ ।

LEAVE A REPLY

Please enter your comment!
Please enter your name here