ଓଡ଼ିଶାରେ ପହଁଚିଛନ୍ତି ରାଷ୍ଟ୍ରପତି ଦ୍ରୋପଦୀ ମୁର୍ମୁ । ବର୍ତ୍ତମାନ ରାଷ୍ଟ୍ରପତି ରାଜଭବନରେ ଅଛନ୍ତି । ଆଉ କିଛି ସମୟ ପରେ ବିଧାନସଭାରେ ପହଁଚି ଗୃହକୁ ସମ୍ବୋଧିତ କରିବେ । ରାଷ୍ଟ୍ରପତି ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରେ ପହଁଚିବା ପରେ ରାଜ୍ୟପାଳ ଡାକ୍ତର ହରିବାବୁ କମ୍ଭମପାଟି ଓ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଫୁଲ ତୋଡ଼ା ଏବଂ ଉତ୍ତରୀୟ ଦେଇ ସ୍ୱାଗତ କରିଛନ୍ତି । ସେହିପରି ଅନ୍ୟମାନଙ୍କ ମଧ୍ୟରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, କେନ୍ଦ୍ର ଆଦିବାସୀ କଲ୍ୟାଣ ମନ୍ତ୍ରୀ ଜୁଏଲ୍ ଓରାମ, ସାଂସଦ ଅପରାଜିତା ଷଡ଼ଙ୍ଗୀ, ଭୁବନେଶ୍ୱର ମେୟର ସୁଲୋଚନା ଦାସ ଏବଂ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ସ୍ୱାଗତ ସମ୍ବର୍ଦ୍ଧନା ଜଣାଇଛନ୍ତି ।୨୦୦୦ରୁ ୨୦୦୯ ପର୍ଯ୍ୟନ୍ତ ଓଡିଶା ବିଧାନସଭାର ସଦସ୍ୟ ଥିଲେ ରାଷ୍ଟ୍ରପତି । ୨୦୦୦ରୁ ୨୦୦୪ ପର୍ଯ୍ୟନ୍ତ ବିଜେପି ଓ ବିଜେଡି ମେଣ୍ଟ ସରକାରରେ ପରିବହନ ମନ୍ତ୍ରୀ ଥିଲେ ଦ୍ରୌପଦୀ ମୁର୍ମୁ । ବିଧାନସଭାରେ ଅଭିଭାଷଣ ରଖିବା ପରେ ୧୧ ନମ୍ବର ରୁମକୁ ଆସି ସମୟ ବିତାଇବେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ।














