ଝାଡଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ରଘୁବର ଦାସ ହେବେ ଓଡିଶାର ନୂଆ ରାଜ୍ୟପାଳ । ଗତକାଲି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓଡିଶାର ନୂଆ ରାଜ୍ୟପାଳ ଭାବେ ରଘୁବର ଦାସଙ୍କୁ ନିଯୁକ୍ତି ଦେଇଛନ୍ତି । ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କ କାର୍ଯ୍ୟକାଳ ଗତ ମେ ମାସରୁ ଶେଷ ହୋଇଥିବା ବେଳେ ତାଙ୍କର କାର୍ଯ୍ୟକାଳ ବୃଦ୍ଧି କରାଯାଇଥିଲା । ନୂଆ ରାଜ୍ୟପାଳ ରଘୁବର ଦାସ 2014 ରୁ 2019 ପର୍ଯ୍ୟନ୍ତ ଝାଡଖଣ୍ଡର ରାଜ୍ୟପାଳ ରହିଥିଲେ । ଦୁଇଥର ସେ ବିଜେପି ରାଜ୍ୟ ସଭାପତି ମଧ୍ୟ ରହିଛନ୍ତି । ଏବେ ସେ ଦଳର ରାଷ୍ଟ୍ରୀୟ ଉପାଧ୍ୟକ୍ଷ ପଦରେ ଅଛନ୍ତି ।

LEAVE A REPLY

Please enter your comment!
Please enter your name here