ଶ୍ରୀକ୍ଷେତ୍ର ପୁରୀରେ ହେବାକୁ ଥିବା ମହାପ୍ରଭୁଙ୍କ ସ୍ନାନ ଯାତ୍ରା ପାଇଁ ଲାଗୁ ହେବ ୧୪୪ ଧାରା । ଆସନ୍ତାକାଲି ଅର୍ଥାତ୍ ୨୩ ତାରିଖ ରାତି ୧୦ରୁ ୧୪୪ ଧାରା ଜାରି ହୋଇ ୨୫ ତାରିଖ ପର୍ଯ୍ୟନ୍ତ ଏହା ବଳବତ୍ତର ରହିବ । କରୋନା ମହାମାରୀକୁ ଦୃଷ୍ଟିରେ ରଖି ଏବଂ ବିନା ଭକ୍ତରେ ସ୍ନାନ ପୂର୍ଣ୍ଣିମା ଆୟୋଜନ ହେଉଥିବାରୁ ପ୍ରଶାସନ ପକ୍ଷରୁ କଟକଣା ଜାରି କରାଯାଇଛି । କେବଳ ଅନୁମତି ପ୍ରାପ୍ତ ବ୍ୟକ୍ତି ବ ିଶେଷଙ୍କୁ ପୁରୀ ପ୍ରବେଶ ପାଇଁ ଅନୁମତି ରହିବ । ଆଦେଶ ଉଳ୍ଲଘଂନ କଲେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଉପଜିଲ୍ଲାପାଳ କହିଛନ୍ତି ।

LEAVE A REPLY

Please enter your comment!
Please enter your name here