କେନ୍ଦୁପତ୍ର ସଂଗ୍ରହ ମୂଲ୍ୟ ବୃଦ୍ଧି ହୋଇଛି । ଏମାନେ ୨୪୦ କୋଟି ଟଙ୍କା ପାଇବେ । ଉପକୃତ ହେବେ ୭ ଲକ୍ଷ ୫୦ ହଜାର କେନ୍ଦୁପତ୍ର ତୋଳାଳି । ବୋନସ ଏବଂ ଅନ୍ୟାନ୍ୟ ଭତ୍ତା ପାଇଁ ୧୨୦କୋଟି ଟଙ୍କା ମଞ୍ଜୁର କରିଛନ୍ତି ରାଜ୍ୟ ସରକାର । ମୋଟ୍ ଉପକୃତ ହେବେ ୮ ଲକ୍ଷ କେନ୍ଦୁପତ୍ର ତୋଳାଳି ଏବଂ ଅନ୍ୟାନ୍ୟ କର୍ମଚାରୀ । ରାଜ୍ୟର ଲକ୍ଷ ଲକ୍ଷ କେନ୍ଦୁପତ୍ର ତୋଳାଳିଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର କେନ୍ଦୁପତ୍ର ସଂଗ୍ରହର ମୂଲ୍ୟ ବୃଦ୍ଧି କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି ।

LEAVE A REPLY

Please enter your comment!
Please enter your name here