ଛତିଶଗଡ ବିଳାସପୁରରେ ବହୁତ ବଡ଼ ଟ୍ରେନ ଦୁର୍ଘଟଣା ଘଟିଛି। ହାୱଡା ରୁଟରେ ପାସେଞ୍ଜର ଟ୍ରେନ ଏବଂ ମାଲବାହୀ ଟ୍ରେନ ପରସ୍ପର ମଧ୍ୟରେ ଧକ୍କା ହୋଇଛି। ଅନେକ ବଗି ଲାଇନଚ୍ୟୁତ ମଧ୍ୟ ହୋଇ ଯାଇଛି। ଟ୍ରେନ ଦୁର୍ଘଟଣାରେ ବର୍ତମାନ ସୁଦ୍ଧା ୧୦ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ଆଗକୁ ଏହି ସଂଖ୍ୟା ବଢିପାରେ ବୋଲି ଅନୁମାନ କରାଯାଉଛି। ଦୁର୍ଘଟଣା ପରେ ରୁଟରେ ସମସ୍ତ ଟ୍ରେନ ଚଳାଚଳ ବନ୍ଦ ହୋଇଛି । ସୁଚନା ଅନୁଯାୟୀ, ଟ୍ରେନ ନମ୍ବର ୬୮୭୩୩ କୋରବା ପାସେଞ୍ଜର ଟ୍ରେନ ମାଲଗାଡି ସହିତ ବିଳାସପୁର ଷ୍ଟେସନରେ ଧକ୍କା ହୋଇଛି। ଦୁର୍ଘଟଣା ପରେ ଅନେକ ବଗି ଲାଇନଚ୍ୟୁତ ହୋଇଛି। ୨ଟି ଟ୍ରେନର ଭୟଙ୍କର ଧକ୍କା ପରେ ଘଟଣାସ୍ଥଳରେ ୧୦ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଏଥିରେ ଅନେକ ଯାତ୍ରୀ ଆହତ ହୋଇଛନ୍ତି। ଦୁର୍ଘଟଣାରେ ଆହତ ହୋଇଥିବା ଯାତ୍ରୀମାନଙ୍କୁ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଆରପିଏଫ ଏବଂ ଅନ୍ୟ ଉଦ୍ଧାରକାରୀ ଦଳ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି। ମୃତକଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କାର ସହାୟତା ଘୋଷଣା କରାଯାଇଛି ଏବଂ ଗୁରୁତର ଆହତଙ୍କୁ ୫ ଲକ୍ଷ ଟଙ୍କାର ସହାୟତା ଘୋଷଣା ହୋଇଥିବାବେଳେ, ସାମାନ୍ୟ ଆହତ ଥିବା ଲୋକଙ୍କୁ ୧ ଲକ୍ଷ ଟଙ୍କାର ସହାୟତା ଘୋଷଣା କରାଯାଇଛି।













