ଉତ୍କଳ ସଂଗୀତ ମହାବିଦ୍ୟାଳୟରେ ଛାତ୍ରୀଙ୍କୁ ନିର୍ଯାତନା ଅଭିଯୋଗ ହୋଇଛି।ଛାତ୍ରୀଙ୍କ ଅଭିଯୋଗ ଆଧାରରେ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି ସଙ୍ଗୀତ ମହାବିଦ୍ୟାଳୟ ପ୍ରିନ୍ସିପାଲ ,ଅଭିଯୁକ୍ତ ଡ୍ରାମା ବିଭାଗର ଅଧ୍ୟାପକ ଶତ୍ରୁଘ୍ନ ସାମଲଙ୍କୁ ବହିଷ୍କୃତ କରାଯାଇଛି। । ଛାତ୍ରୀଙ୍କୁ ନିର୍ଯାତନା ଅଭିଯୋଗ ପରେ ଜୋରଦାର ପାଟିତୁଣ୍ଡ ହୋଇଥିଲା, କ୍ୟାମ୍ପସରେ ଉତ୍ତେଜନା ପ୍ରକାଶ ପାଇବା ସହ ରାଜରାସ୍ତାକୁ ଘେରିଥିଲେ ଛାତ୍ରଛାତ୍ରୀ।ଡ୍ରାମା ବିଭାଗର ଅଧ୍ୟାପକଙ୍କ ବିରୋଧରେ ଅଭିଯୋଗ ପରେ, ମହାବିଦ୍ୟାଳୟ ଅଧ୍ୟକ୍ଷ ଛାତ୍ରଛାତ୍ରୀଙ୍କୁ ବୁଝାସୁଝା କରିବାକୁ ଚେଷ୍ଟା କରିଥିଲେ । ସମ୍ପୃକ୍ତ ଅଧ୍ୟାପକଙ୍କୁ ନିଲମ୍ୱନ ଓ ଗିରଫ ଦାବିରେ ଅଡ଼ି ବସିଥିଲେ ଛାତ୍ରଛାତ୍ରୀ । ଶେଷରେ ସମ୍ପୃକ୍ତ ଅଧ୍ୟାପକଙ୍କୁ ବହିଷ୍କାର କରାଯାଇଛି। ଅଭିଯୁକ୍ତ ଅଧ୍ୟାପକ ଶତ୍ରୁଘ୍ନ ସାମଲ ଗତ ଜୁନ୍ ମାସରେ ଅତିଥି ଅଧ୍ୟାପକ ଭାବେ କଲେଜରେ ଯୋଗଦେଇଥିଲେ। ତାଙ୍କ ନାଁରେ ‘ଖରାପ ସ୍ପର୍ଶ’, ଯୌନ ଇଙ୍ଗିତ, ଓ ଭଲ ଗ୍ରେଡ୍‌ ବା ସୁବିଧା ଦେବା ଲୋଭ ଦେଖାଇ ଶାରୀରିକ ସମ୍ପର୍କ ପାଇଁ ପ୍ରବର୍ତ୍ତାଇବା ଭଳି ସଙ୍ଗୀନ ଅଭିଯୋଗ ଥିଲା। ଏହି ଘଟଣାକୁ ନେଇ ଛାତ୍ରୀମାନେ ରାଜରାସ୍ତା ଅବରୋଧ କରି ତୁରନ୍ତ ଅଭିଯୁକ୍ତଙ୍କୁ ବହିଷ୍କାର କରିବାକୁ ଦାବି କରିଥିଲେ।

LEAVE A REPLY

Please enter your comment!
Please enter your name here