ରକ୍ତ ଜୁଡ଼ୁବୁଡୁ ଅବସ୍ଥାରେ ଜଣେ ମହିଳାଙ୍କୁ ତାଙ୍କ ଘର ଭିତରୁ ଉଦ୍ଧାର କରାଯାଇଛି । ମହିଳାଙ୍କୁ କେହି ଆକ୍ରମଣ କରିଥିବା ପ୍ରାଥମିକ ତଦନ୍ତରୁ ଜଣାପଡିଛି ହେଲେ ଅପରାଧ ଭିଆଇଥିବା ଅଭିଯୁକ୍ତର ପତ୍ତା ପାଇନି ପୋଲିସ ।  ଘଟଣାଟି ଘଟିଛି କେନ୍ଦୁଝର ଜିଲ୍ଲା ବଡ଼ବିଲ୍‌ ଓଏମ୍‌ସି ଗେଷ୍ଟହାଉସ ନିକଟସ୍ଥ ଏକ ଘରେ । ଘଟଣା ସମୟରେ ମହିଳାଙ୍କ ଚିତ୍କାର ଶୁଣି ପଡ଼ୋଶୀ ପୋଲିସକୁ ଖବର ଦେଇଥିଲେ। ଘଟଣା ସ୍ଥଳରେ ପହଞ୍ଚି ମହିଳାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ବଡ଼ବିଲ୍‌ ମେଡିକାଲ୍‌ରେ ଭର୍ତ୍ତି କରିଥିଲା ପୋଲିସ। ମହିଳାଙ୍କ ଶରୀରରେ ଗଭୀର କ୍ଷତ ଥିବାରୁ ତାଙ୍କୁ କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରାଯାଇଥିଲା। ମାତ୍ର ସେହି ସମୟରେ ଡାକ୍ତରଖାନାରେ ଲାଇନ୍ ନଥିବାରୁ ବାଧ୍ୟହୋଇ ମୋବାଇଲ୍‌ ଲାଇଟ୍‌ରେ ଡାକ୍ତରମାନେ ଚିକିତ୍ସା ଆରମ୍ଭ କରିଥିଲେ । ପରିସ୍ଥିତି ଗମ୍ଭୀର ହେବାରୁ ମହିଳାଙ୍କୁ କଟକ ବଡ଼ ମେଡ଼ିକାଲକୁ ସ୍ଥାନାନ୍ତରିତ କରାଯାଇଥିଲା।
ତେବେ ମହିଳାଙ୍କୁ ତାଙ୍କ ଶ୍ୱଶୁର ଘର ଲୋକେ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।

LEAVE A REPLY

Please enter your comment!
Please enter your name here