ପ୍ରଥମ ଓ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇବା ପରେ ଗୁରୁବାର ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି. ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟରୁ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ କରାଯାଇଛି. ତେବେ ତୃତୀୟ ପର୍ଯ୍ୟାୟରେ 6ଟି ଲୋକସଭା ଓ 42ଟି ବିଧାନସଭା ଆସନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି. 6ଟି ଲୋକସଭା ଆସନ ମଧ୍ୟରେ ସମ୍ବଲପୁର, କେନ୍ଦୁଝର, ଢେଙ୍କାନାଳ, କଟକ,ପୁରୀ ଓ ଭୁବନେଶ୍ୱର ନିର୍ବାଚନ ମଣ୍ଡଳୀ ସାମିଲ ରହିଛି. ଏପ୍ରିଲ 4 ତାରିଖ ନାମାଙ୍କନ ଦାଖଲର ଶେଷ ତାରିଖ ହୋଇଥିବା ବେଳେ 5 ତାରିଖରେ ପ୍ରାର୍ଥିପତ୍ର ଯାଞ୍ଚ ହେବ. ଅନ୍ୟପଟେ ଏପ୍ରିଲ 8 ତାରିଖ ହେବ ନାମାଙ୍କନ ପ୍ରତ୍ୟାହାରର ଶେଷ ଦିନ. 7ଟି ସ୍ଥାନରେ ସକାଳ ପ୍ରାୟ 7ଟାରୁ ଅପରାହ୍ନ 4ଟା ପର୍ଯ୍ୟନ୍ତ ଭୋଟ ଗ୍ରହଣ ହେବ ବୋଲି ପ୍ରକାଶ ପାଇଛି. ଅନ୍ୟପଟେ 35ଟି ସ୍ଥାନରେ ସକାଳ 7ଟାରୁ ସନ୍ଧ୍ୟା 6ଟା ଯାଏଁ ମତଦାନ ଗ୍ରହଣ ହେବ ବୋଲି ପ୍ରକାଶ ପାଇଛି.

LEAVE A REPLY

Please enter your comment!
Please enter your name here